Indus Valley Times

କୌଣସି ପରିସ୍ଥିତିରେ ଦୁର୍ନୀତିକୁ ବରଦାସ୍ତ କରାଯିବନି, ଦୁର୍ନୀତି କ୍ଷେତ୍ରରେ ଆମ ନୀତି ହେଉଛି ‘ଶୂନ୍ୟ ସହନଶୀଳତା

 Breaking News

କୌଣସି ପରିସ୍ଥିତିରେ ଦୁର୍ନୀତିକୁ ବରଦାସ୍ତ କରାଯିବନି, ଦୁର୍ନୀତି କ୍ଷେତ୍ରରେ ଆମ ନୀତି ହେଉଛି ‘ଶୂନ୍ୟ ସହନଶୀଳତା

କୌଣସି ପରିସ୍ଥିତିରେ ଦୁର୍ନୀତିକୁ ବରଦାସ୍ତ କରାଯିବନି, ଦୁର୍ନୀତି କ୍ଷେତ୍ରରେ ଆମ ନୀତି ହେଉଛି ‘ଶୂନ୍ୟ ସହନଶୀଳତା
June 04
19:39 2025

ଭୁବନେଶ୍ୱର,୪/୬: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ରାଜସ୍ୱ ପ୍ରଶାସନର ମେରୁଦଣ୍ଡ । ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ କ୍ଷ
ତହସିଲଦାରଙ୍କ କାର୍ଯ୍ୟାଳୟ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ । ଆଜି ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ମୁଖ୍ୟମନ୍ତ୍ରୀ କର୍ମଶାଳାରେ ପ୍ରତିଶ୍ରୁତି ଦେଇଛନ୍ତି ଯେ, ବିଜେପି ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକଭିମୁଖୀ କରିବା ପାଇଁ ପ୍ରତିଶୃତିବଦ୍ଧ । ଓଡ଼ିଶାରେ କେହିବି ଭୂମିହୀନ ରହିବେ ନାହିଁ ।
ଯେଉଁମାନଙ୍କର ୪ ଡେସିମିଲରୁ କମ ଜମି ଅଛି, ସେମାନେ ଭୂମିହୀନ ଭାବେ ଗଣାହେବେ ଏବଂ ସରକାର ସେମାନଙ୍କୁ ଜମି ଯୋଗାଇ ଦେବେ । ତେଣୁ, ଏହି ଯୋଜନାକୁ ପ୍ରଭାବୀ ଭାବେ ଲାଗୁ କରିବା ପାଇଁ ତହସିଲଦାରଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ।
ଲୋକଙ୍କ ସରକାର ହିସାବରେ ଲୋକ ଏବଂ ସରକାରଙ୍କ ବ୍ୟବଧାନ କମାଇବା ଦରକାର । ନ୍ୟାୟ ପ୍ରଦାନ କରିବା ଆମର ପ୍ରଥମ କର୍ତ୍ତବ୍ୟ । ସେହିପରି ବାତ୍ୟାରେ ଦାନାରେ ଶୂନ୍ୟ ମୃତ୍ୟୁହାର ସହିତ ସଫଳ ମୁକାବିଲା ପାଇଁ ଆତ୍ମ ସନ୍ତୋଷ ଅନୁଭବ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ଜବରଦଖଲରେ ଥିବା ବହୁତ ମୂଲ୍ୟବାନ ସରକାରୀ ଜମି ଜମିକୁ ଜବରଦଖଲମୁକ୍ତ କରି ତାହାର ସୁରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ଆଗାମୀ ଦିନରେ ସରକାର ଅନେକ ରାଜସ୍ୱ କ୍ଷେତ୍ରରେ ଅନେକ ସଂସ୍କାର ଆଣିବାକୁ ଯାଉଛନ୍ତି । ତେଣୁ ସମୟ ସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା କରନ୍ତୁ କ୍ଷ ଜମିଜମା ସଙ୍କ୍ରାନ୍ତିୟ ମାମଲା ବିଚାର କଲାବେଳେ ସଂପୂର୍ଣ୍ଣ ସ୍ଵଚ୍ଛତା ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପର ଆସୁଥିବା ମୌସୁମୀ ବର୍ଷା ପାଇଁ ଆଗୁଆ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି କିଛି ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଗଲାଣି ।
ତେଣୁ, ସମସ୍ତେ ପାଣିପାଗ ବିଭାଗଦ୍ଵାରା ଜାରି ପାଣିପାଗ ସୂଚନାକୁ ନିୟମିତ ଭାବେ ଅନୁଧ୍ୟାନ କରିବା ସହିତ ତଦନୁସାରେ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ମାର୍ଗଦର୍ଶିକା ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବେ ।
ଚଳିତ ମାସ ଠାରୁ ଆରମ୍ଭ କରି ନଭେମ୍ବର ପର୍ଯ୍ୟନ୍ତ ମୌସୁମୀ ବର୍ଷା ଏବଂ ବାତ୍ୟା ଲାଗି ରହିବ। ତେଣୁ, ଏଥିପାଇଁ ନିଜ ନିଜ ଅଞ୍ଚଳର ପାରିପାର୍ଶିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ପୁରା ପ୍ରଶାସନକୁ ପ୍ରସ୍ତୁତ କରିବାକୁ ରାଜସ୍ୱ ବିଭାଗକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହି କାର୍ଯ୍ୟକ୍ରମରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ବି. ପରମେଶ୍ୱରନ ପ୍ରମୁଖ ଉପସ୍ଥିତ ଥିଲେ ।
ଏତଦ୍ ବ୍ୟତୀତ ଦୁଇ ଦିନିଆ କର୍ମଶାଳାର ପ୍ରଥମ ଅଧିବେଶନରେ ସମସ୍ତ ଜିଲ୍ଲାର ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଓ ତହସିଲଦାର ମାନେ ଅଂଶଗ୍ରହଣ କରିଛନ୍ତି ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930