Indus Valley Times

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

July 17
20:21 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୭/୭: ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ସ୍ଥିତ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନୀଲ ମହାନ୍ତି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦେଇ ଶୁଣାଣୀ କରିଥିଲେ ।
ଏହି କାର୍ଯ୍ୟକ୍ରମ ରେ ଲକ୍ଷ୍ମୀପୁର ସମେତ କଇଁପୁର , ଜିରାଙ୍ଗ ଓ ତଳମୁଣ୍ଡା ଗ୍ରାମ ପଞ୍ଚାୟତର ମୋଟ ୨୦୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୧୪୫ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୫୭ ଥିଲା । ଆସିଥିବା ଉଭୟ ବ୍ୟକ୍ତିଗତ ଓ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା ମୋଟ ୬୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ।
ଅନ୍ୟପକ୍ଷରେ ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରା ଯାଇଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ପ୍ରଭୃତି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୧୦୮ ଜଣ ହିତଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରା ଯାଇଥିଲା।
ଆଜିର ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ ରେ ବିଭିନ୍ନ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ରାୟଗଡ଼ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣ ବାସୀ ନାୟକ , ଉପା ଅଧକ୍ଷ ଶ୍ରୀ ଜ୍ୟୋତି ପାଣି , ସ୍ଥାନୀୟ ସରପଞ୍ଚ , ରାୟଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର କୁମାର ସିଂ , ତହସିଲଦାର ଶ୍ରୀମତୀ ଲୀଳାବତୀ ଆଚାର୍ଯ୍ୟ , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନ ପ୍ରତିନିଧି ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031