Indus Valley Times

ଗଜପତି: ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଲୋଚନା ଚକ୍ର ଓ ପୁରସ୍କାର ବଣ୍ଟନ କାର୍ଯ୍ୟକ୍ରମ

 Breaking News

ଗଜପତି: ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଲୋଚନା ଚକ୍ର ଓ ପୁରସ୍କାର ବଣ୍ଟନ କାର୍ଯ୍ୟକ୍ରମ

November 04
23:33 2023

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୪/୧୧: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଗଜପତି ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୩ ପାଳନ ଅବସରରେ ଶପଥ ପାଠ , ଆଲୋଚନା ଚକ୍ର ଓ ପୁରସ୍କାର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ଉପସ୍ଥିତ ସମସ୍ତଙ୍କୁ ସ୍ୱଚ୍ଛତା ଓ ସାଧୁତାର ଶପଥ ପାଠ କରାଇଥିଲେ ।
ପରେ ଅନୁଷ୍ଠିତ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଏବଂ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ଗୁଣନିଧି ନାୟକ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇ ଦୁର୍ନିତି ନିବାରଣ ଦିଗରେ ସରକାରଙ୍କ ଦ୍ୱରା କରା ଯାଇଥିବା ସମସ୍ତ ବ୍ୟବସ୍ଥାକୁ କଡାକଡି ପାଳନ କରିବା ଉପରେ ଗୁରୁତ୍ଵ ଦେବା ସହ ଏ ଦିଗରେ ସମସ୍ତ ନାଗରିକ ଓ ଜନସାଧରଣ ମାନଙ୍କୁ ସଚେତନତା ହେବା ଜରୁରୀ । ଏଣୁ ଆମ ସମସ୍ତଙ୍କ ମିଳିତ ଉଦ୍ୟମରେ କିପରି ଦେଶରୁ ଦୁର୍ନୀତିର ମୁଳୋତ୍ପାଟନ ହୋଇପାରିବ ଓ ପ୍ରତ୍ୟେକ ନାଗରିକ ସର୍ବଦା ସତର୍କତା ସହିତ ସର୍ବଦା ସାଧୁତା ଓ ସତ୍ୟନିଷ୍ଠ ରେ ପ୍ରତିବନ୍ଧିତ ରହି କାର୍ଯ୍ୟ କରିବା ସହ ଦୁର୍ନୀତି ମୁକ୍ତ ସମାଜ ଗଠନ ଦିଗରେ ସହାୟକ ହେବା ପାଇଁ ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀ , କର୍ମଚାରୀ ଓ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌର ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ଏବଂ ବ୍ରହ୍ମପୁର ଭିଜିଲାନ୍ସ ଅତିରିକ୍ତ ଏସପି: ଶ୍ରୀ ହନେରୀ କୁଲୁ ପ୍ରମୁଖ ମଞ୍ଚାସିନ ରହି କାର୍ଯ୍ୟକ୍ରମ ପାଳନର ଆଭିମୁଖ୍ୟ ଏବଂ \”ଆଲୋଚନା ଚକ୍ରର ବିଷୟ ବସ୍ତୁ \”ଦୁର୍ନୀତିକୁ ବିରୋଧ କରିବା – ରାଷ୍ଟ୍ରପତି ସମର୍ପିତ ରହିବା\”ର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ ।
ପରେ କଲେଜ ଓ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତା\’ର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ବଣ୍ଟନ କରା ଯାଇଥିଲା ।
କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ ଗୁରୁମାଇ ସଂଯୋଜନା କରିଥିବା ବେଳେ ସମସ୍ତ କାର୍ଯ୍ୟକ୍ରମକୁ ଭିଜିଲାନ୍ସ ଇନିସପେକ୍ଟର ଶ୍ରୀ ଡି:ଭି: ରାଓ ପରିଚାଳନା କରିଥିଲେ । ଶେଷରେ ଶ୍ରୀ ଶୁଭ୍ରାଂଶୁ ଶେଖର ପଟନାୟକ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ , କର୍ମଚାରୀ , ଶିକ୍ଷକ ଶିକ୍ଷୟତ୍ରୀ , ଛାତ୍ରଛାତ୍ରୀ ଓ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗ ଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031