Indus Valley Times

ଗଜପତି: ବିନୋଦିନୀ ବିଜ୍ଞାନ କନିଷ୍ଠ ମହା ବିଦ୍ୟାଳୟରେ ଅଗ୍ନିପଥ ଯୋଜନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

 Breaking News

ଗଜପତି: ବିନୋଦିନୀ ବିଜ୍ଞାନ କନିଷ୍ଠ ମହା ବିଦ୍ୟାଳୟରେ ଅଗ୍ନିପଥ ଯୋଜନା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

July 19
18:59 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୯/୭: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପଦ୍ମପୁର ଠାରେ ଥିବା ବିନୋଦିନୀ ବିଜ୍ଞାନ କନିଷ୍ଠ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା , ଜିଲ୍ଲା କର୍ମ ନିୟୋଜନ କାର୍ଯ୍ୟାଳୟ ଏବଂ ଗଞ୍ଜାମ ଜିଲ୍ଲା ଗୋପାଳପୁର\’ର ଗୋଳାବନ୍ଧ ସ୍ଥିତ ଆର୍ମି ରିକୃଟମେଣ୍ଟ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଭାରତ ସରକାରଙ୍କ ପ୍ରତିରକ୍ଷା ବିଭାଗର \”ଅଗ୍ନିପଥ ଯୋଜନା\” ସମ୍ପର୍କିତ ଏକ ସଚେତନତା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ପଟନାୟକଙ୍କ ସଭାପତିତ୍ୱରେ ଗଜପତି ଜିଲ୍ଲା କର୍ମ ନିୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତି ରଞ୍ଜନ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ଗୋଳାବନ୍ଧ ସ୍ଥିତ ଆର୍ମି ରିକୃଟମେଣ୍ଟ କାର୍ଯ୍ୟାଳୟର ଏଏମସି ବିଭାଗ ମେଜର ଶ୍ରୀ ପୁଷ୍ପେନ୍ଦ୍ର ୟାଦବ ମୁଖ୍ୟବକ୍ତା ଭାବେ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ \”ଅଗ୍ନିପଥ ଯୋଜନା\” ଉପକାରୀତାର ବିଭିନ୍ନ ଦିଗ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇ ସଚେତନ କରାଇବା ସହ ଛାତ୍ରଛାତ୍ରୀ ମାନଙ୍କ ବିଭିନ୍ନ ସନ୍ଦେହ ମୂଳକ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ଯୋଗଦେଇ ଉତ୍ତର ରଖିଥିଲେ ।
ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟାପକ ଶ୍ରୀ ରବେନ୍ଦ୍ର ପାଣିଗ୍ରାହୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଜାତୀୟ ସେବା ଯୋଜନାର ଅଧିକାରୀ ତଥା ଅଧ୍ୟାପକ ଶ୍ରୀ ସୀତାରାମ ପ୍ରଧାନ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
ଏହି କାର୍ଯ୍ୟକ୍ରମରେ ସମ୍ପୃକ୍ତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ/ ଅଧ୍ୟାପିକା ଓ କର୍ମଚାରି ବୃନ୍ଦଙ୍କ ସମେତ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031