Indus Valley Times

ଗଜପତି: ମହିଳା ସ୍ନାତକ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା ଓ ଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି: ମହିଳା ସ୍ନାତକ ମହାବିଦ୍ୟାଳୟ ଠାରେ ଭୋଟର ସଚେତନତା ଓ ଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

August 19
19:58 2022

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୯/୮:ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତ୍ତକ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଗଜପତି ଜିଲ୍ଲା ନିର୍ବାଚନ କାର୍ଯ୍ୟାଳଳୟ ପକ୍ଷରୁ ଏକ ଭୋଟର ସଚେତନତା ତଥା ଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟର ସହକାରୀ କଲେକ୍ଟର ଶ୍ରୀ ରାଜେନ୍ଦ୍ର ପ୍ରସାଦ ଭୂୟାଁ , ମାଷ୍ଟର ଟ୍ରେନର ଭାବେ ଯୋଗଦେଇ ଛାତ୍ରୀ ମାନଙ୍କୁ କାର୍ଯ୍ୟକ୍ରମର ମହତ୍ ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରାଇଥିଲେ । ଅନ୍ୟପକ୍ଷରେ , ଭୋଟର ହେଲ୍ପ-ଲାଇନ୍ ଆପ ଡାଉନଲୋଡ କରି ନିଜ ମୋବାଇଲ ମାଧ୍ୟମରେ ଭୋଟର ଲେଲେକ୍ଟ୍ରୋରାଲ ରୋଲରେ ନିଜ ନାମ ପଞ୍ଜିକୃତ କରିବା ପାଇଁ ଉପସ୍ଥିତ ଛାତ୍ରୀମାନଙ୍କୁ ବୁଝାଇ ଉତ୍ସାହିତ କରିଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ରେଡକ୍ରସ ଅଧିକାରୀ ତଥା ଅଧ୍ୟାପିକା ସୁଶ୍ରୀ ମଧୁସ୍ମିତା ପ୍ରଧାନ ପରିଚାଳନା କରିଥିଲେ ।
ଛାତ୍ରୀମାନେ ଏହି ମହତ୍ କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗଦେଇ ବିଶେଷ ଉପକୃତ ହୋଇଥିଲେ ।
ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031