Indus Valley Times

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୬୬ ଜଣ ସ୍ଥାନୀୟ ସଂକ୍ରମିତ

 Breaking News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୬୬ ଜଣ ସ୍ଥାନୀୟ ସଂକ୍ରମିତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୬୬ ଜଣ ସ୍ଥାନୀୟ ସଂକ୍ରମିତ
August 13
10:20 2022

, ଭୁବନେଶ୍ୱର ୧୩/୮: ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୨୧୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ ଓ ଯାଜପୁର ଜିଲ୍ଲାରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୧ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୧୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୭ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୬ଜଣ, ସୋନପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ, ଷ୍ଟେଟ ପୁଲ୍ରୁ ୧୪ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୨୧୮୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୦୯୦୧୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୯୦୦୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031