Indus Valley Times

ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ; ଆଜିଠୁ ମିଳିବ ଆଡ଼ପ ଅବଢ଼ା

 Breaking News

ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ; ଆଜିଠୁ ମିଳିବ ଆଡ଼ପ ଅବଢ଼ା

ଜନ୍ମବେଦୀରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ; ଆଜିଠୁ ମିଳିବ ଆଡ଼ପ ଅବଢ଼ା
July 10
10:10 2024

ପୁରୀ, ୧୦/୭: ମହାପ୍ରଭୁଙ୍କ ଆଡ଼ପ ଦର୍ଶନ ଆରମ୍ଭ ହୋଇଛି। ସକାଳ ଆଳତି ପରେ ଏଭଳି ଦର୍ଶନ ଆରମ୍ଭ ହୋଇଛି। ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି।
ଆଡ଼ପ ମଣ୍ଡପରେ ତିନି ଦିଅଁ। ଜନ୍ମବେଦୀରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରୁଛନ୍ତି ଭକ୍ତ। ଆଡ଼ପ ଦର୍ଶନ ସହ ଆଜିଠୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା।
କଥିତ ଅଛି ଶ୍ରୀମନ୍ଦିରରେ ଦଶବର୍ଷ ଦର୍ଶନ କଲେ ଯାହା ଫଳ ମିଳେ, ଆଡ଼ପମଣ୍ଡପରେ ଦିନେ ଦର୍ଶନରେ ସେତିକି ଫଳ ମିଳିଥାଏ। ବିଶେଷକରି ଦିନ ଅପେକ୍ଷା ରାତିରେ ଦର୍ଶନ କଲେ ତାର ୧୦ ଗୁଣ ଅଧିକ ପୁଣ୍ୟ ମିଳିଥାଏ।
ଆଡ଼ପମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ମହାବେଦି ଯୋଗ କୁହାଯାଏ। ଏଥିପାଇଁ ରଥଯାତ୍ରାରେ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930