Indus Valley Times

ଜହ୍ନାପଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୌଦ୍ଧ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ, ନିରନ୍ତର ପ୍ରଚେଷ୍ଟା କଲେ ସଫଳ ହେବା :ଜିଲ୍ଲା ଶିକ୍ଷା ଅଧିକାରୀ

 Breaking News

ଜହ୍ନାପଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୌଦ୍ଧ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ, ନିରନ୍ତର ପ୍ରଚେଷ୍ଟା କଲେ ସଫଳ ହେବା :ଜିଲ୍ଲା ଶିକ୍ଷା ଅଧିକାରୀ

October 29
11:47 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ , ୨୯/୧୦ : ବୌଦ୍ଧ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଜହ୍ନାପଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।
ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ ମୁଖ୍ୟଅତିଥି ଭାବରେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଖମାରୀ ସଭାପତିତ୍ୱ କରିଥିଲେ କ୍ଷ ସମ୍ମାନୀତ ଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବିଆରସିସି କମଳକାନ୍ତ ଦଳବେହେରା, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ କାଦମ୍ବିନୀ ବିଶ୍ୱାଳ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସ୍ୱାଧୀନ କୁମାର ପ୍ରଧାନ ସମ୍ମାନୀତ ଅତିଥି ଭାବରେ ମଞ୍ଚାସୀନ ଥିଲେ ।
ମେଣ୍ଢିମାଳ ହାଇସ୍କୁଲର ଶିକ୍ଷକ ପ୍ରମୋଦ କୁମାର ପ୍ରଧାନ ଅତିଥି ପରିଚୟ ସହିତ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷକ ପ୍ରଦୀପ କୁମାର ସାହୁ ଧନ୍ୟବାଦ ଦେଇଥିଲେ ।
ବିତର୍କ, ବକ୍ତୃତ,ସଂଗୀତ, ପ୍ରବନ୍ଧ ଲିଖନ, ସୃଜନାତ୍ମକ ଲିଖନ, ଚିତ୍ରାଙ୍କନ, ହସ୍ତକର୍ମ, ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ୩୧ ଟି ପ୍ରତିଯୋଗିତାରେ ଜୁନିଅର,ସିନିଅର ଓ ସେକେଣ୍ଡାରୀ ସିନିଅର ବିଭାଗରେ ୭୯୮ ଜଣ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ ।
ଅପରାହ୍ନର ଉଦଯାପନୀ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷାଧିକାରୀ ଟେମଲାଲ ଦୁବେ ଯୋଗ ଦେଇ ସୁରଭି ପିଲାମାନଙ୍କ ଭିତରେ ଥିବା ସ୍ବର୍ଣ୍ଣମୟ ପ୍ରତିଭାର ବିକାଶ କରିବାର ସୁଯୋଗ ଦେଇଥାଏ, ନିରନ୍ତର ଅଭ୍ୟାସ କଲେ ନିଶ୍ଚୟ ସଫଳତା ପ୍ରାପ୍ତି ପର୍ଯ୍ୟନ୍ତ ପ୍ରଚେଷ୍ଟା ଜାରି ରଖିବାକୁ ବକ୍ତବ୍ୟ ରଖିଥିଲେ ।
ସହଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଦଳବେହେରା, ଶ୍ରୀମତୀ ବିଶ୍ୱାଳ, ପ୍ରବୀର କୁମାର ରଥ, ବିଦ୍ୟାଳୟର ପରିଚାଳନା କମିଟି ସଭାପତି ଶ୍ରୀ ପ୍ରଧାନ ସମ୍ମାନୀତ ଅତିଥି ଭାବରେ ମଞ୍ଚାସୀନ ଥିଲେ ।
ଜହ୍ନକ୍ଷପଙ୍କ ଉଚ୍ଚ ବିଦ୍ୟାଳୟ ଛାତ୍ରୀ ମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ ।
ଏହାପରେ କୃତି ଛାତ୍ରଛାତ୍ରୀଙ୍କୁ ମାନପତ୍ର ଦେଇ ଅତିଥିଗଣ ପୁରସ୍କୃତ କରିଥିଲେ କ୍ଷ ଯେଉଁ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ, ତୃତୀୟ ହୋଇଥିଲା ସେମାନଙ୍କୁ ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ସୂଚନା ଦିଆଯାଇଥିଲା
ଶିକ୍ଷକ ସନ୍ତୋଷ କର୍ଣ୍ଣ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଜିତେନ୍ଦ୍ର କୁମାର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।
କାର୍ଯ୍ୟକ୍ରମକୁ ଜହ୍ନାପଙ୍କ ଉଚ୍ଚ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031