Indus Valley Times

ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ: ବିଭାଗୀୟ ଅଧିକାରୀମାନେ ଅଭିଯୋଗ ପ୍ରତି ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

 Breaking News

ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ: ବିଭାଗୀୟ ଅଧିକାରୀମାନେ ଅଭିଯୋଗ ପ୍ରତି ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ: ବିଭାଗୀୟ ଅଧିକାରୀମାନେ ଅଭିଯୋଗ ପ୍ରତି ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ
July 07
20:28 2026

ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ
ଖୋରଧା, ୭/୭ : ସୋମବାର ପୂର୍ବାହ୍ନରେ ଜିଲ୍ଲା ପରିଷଦ କାର‌୍ୟ୍ୟାଳୟ,ଖୋରଧା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁଶୋତ୍ତମ୍ ଦାସ ଙ୍କ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି ।
ଉକ୍ତ ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋରଧା ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ଅବକାରୀ ଅଧିକ୍ଷକ, ଖୋରଧା ଶ୍ରୀମତୀ ସୁମିତ୍ରା ତ୍ରିପାଠୀ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଆଜିର ଏହି ପ୍ରଶାସନିକ ଜନ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ଶିବିରକୁ ମୋଟ ୭୪ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୫୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୧ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା ।
ଜିଲ୍ଲାପାଳ ଅଭିଯୋଗ ଶିବିରରେ ୧୦ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ । ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।
ଜନଶୁଣାଣି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ, ଶ୍ରୀମତୀ ସୋନାମିକା ରାୟ, ଅଧିକ୍ଷଣ ଯନ୍ତ୍ରୀ, ପୂର୍ତ୍ତ, ଇଂ. ଶିବଲାଲ ସାହୁ, ଖୋରଧା ବି ଡି ଓ, ସିଦ୍ଧାର୍ଥ ପଟ୍ଟନାୟକ, ତହସିଲଦାର,ଶ୍ରୀ ବିଭାଷ ରଞ୍ଜନ ପାଣିଗ୍ରାହୀଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031