Indus Valley Times

ଜୁଲାଇ ୪ ତାରିଖରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୨ ଓ ୩ ତାରିଖରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା

 Breaking News

ଜୁଲାଇ ୪ ତାରିଖରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୨ ଓ ୩ ତାରିଖରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା

ଜୁଲାଇ ୪ ତାରିଖରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୨ ଓ ୩ ତାରିଖରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା
July 02
08:03 2022

ଭୁବନେଶ୍ବର,୨/୭ : ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଆସନ୍ତା ୪ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏଥିସହ ୨ ଓ ୩ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆଜି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।
ସେହିଭଳି ୩ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୪ ତାରିଖଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।
ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ଖୋର୍ଧା ଜିଲ୍ଲାର କିଛି କିଛି ସ୍ଥାନରେ ବି ସେହିଦିନ ପ୍ରବଳ ବର୍ଷିପାରେ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦୁଝର ଓ ନୂଆପଡ଼ା ଆଦି ଜିଲ୍ଲାରେ ୫ତାରିଖ ଦିନ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି। ଆଜି ମଧ୍ୟ ରାଜଧାନୀ ଓ ଏହାର ସଂଲଗ୍ନ ଅଞ୍ଚଳର ପାଗ ମେଘୁଆ ରହିବ। ବର୍ଷା ସମ୍ଭାବନା ମଧ୍ୟ ରହିଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031