Indus Valley Times

ଧନୁଯାତ୍ରା ପାଇଁ ମଥୁରାନଗରୀରେ ସକାଳ ୮ଟାରୁ ସ୍କୁଲ୍

 Breaking News

ଧନୁଯାତ୍ରା ପାଇଁ ମଥୁରାନଗରୀରେ ସକାଳ ୮ଟାରୁ ସ୍କୁଲ୍

January 06
10:35 2025

ବରଗଡ଼, ୬/୧: ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ପାଠପଢା ସମୟ। ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।
ଏଣିକି ଧନୁଯାତ୍ରା ମହୋତ୍ସବ ସରିବା ପର୍ଯ୍ୟନ୍ତ ବରଗଡ଼ ସହରରେ ରହିଥିବା ସମସ୍ତ ସ୍କୁଲ, କଲେଜ ଗୁଡ଼ିକରେ ସକାଳ ୮ଟାରୁ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଠପଢା ଚାଲିବ। ଧନୁଯାତ୍ରା ସରିବା ପରେ ପୂର୍ବ ନିର୍ଦ୍ଧାରିତ ସମୟରେ ଛାତ୍ରୀଛାତ୍ରଙ୍କ ପାଠପଢା ପୁଣି ଆରମ୍ଭ ହେବ।
ବରଗଡ଼ର ମୁକ୍ତାକାଶ ରଙ୍ଗମଞ୍ଚରେ ଜମୁଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା। ପ୍ରବଳ ପ୍ରତାପୀ ମହାରାଜ କଂସଙ୍କ ରାଜୁତିରେ ଥରହର ହେଉଛି ମଥୁରା ନଗରୀ। ଦିନରେ ନଗର ଭ୍ରମଣ ଓ ରାତିରେ ରାଜ ଦରବାରରେ ଶାସନ କରୁଛନ୍ତି କଂସ ମହାରାଜ। ମଥୁରାରେ ନଗର ଭ୍ରମଣ କରୁଛନ୍ତି ମହାରାଜ କଂସ। ଲୋକଙ୍କ ସୁଖଦୁଃଖ ପଚାରି ବୁଝୁଛନ୍ତି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031