Indus Valley Times

ପଦ୍ମଶ୍ରୀ କମଳାଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, କହିଲେ ମନେରହିବ ଅମୂଲ୍ୟ ଅବଦାନ

 Breaking News

ପଦ୍ମଶ୍ରୀ କମଳାଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, କହିଲେ ମନେରହିବ ଅମୂଲ୍ୟ ଅବଦାନ

ପଦ୍ମଶ୍ରୀ କମଳାଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ, କହିଲେ ମନେରହିବ ଅମୂଲ୍ୟ ଅବଦାନ
July 20
12:03 2024

ଭୁବନେଶ୍ୱର, ୨୦/୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ।
ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବର୍ଗତ ପୂଜାରୀଙ୍କ ପୁଅ ଟଙ୍କଧର ପୂଜାରୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ସାନ୍ତ୍ବନା ଦେଇଛନ୍ତି। ପୂର୍ଣ୍ଣ ରାଷ୍ଟ୍ରୀୟ ମର‌୍ୟ୍ୟାଦା ସହିତ ସ୍ବର୍ଗତ ପୂଜାରୀଙ୍କ ଶେଷକୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଠିକ୍ ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି, ସେ ନିଜର ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର ଗୌରବ ତଥା କୃଷିବିତ୍ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ବିଭିନ୍ନ କିସମର ଧାନ ସଂରକ୍ଷଣ କରିବା ଦିଗରେ ସେ ଦେଶରେ ଉଦାହରଣ ସୃଷ୍ଟି କରିଥିଲେ। ଜନଜାତି ସମୁଦାୟରୁ ଆସି କୃଷି ବିଶେଷତଃ ଜୈବିକ ଚାଷ କ୍ଷେତ୍ରରେ ତାଙ୍କର ଅସାଧାରଣ ଅବଦାନ ଚିର ସ୍ମରଣୀୟ ହୋଇରହିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
ସୂଚନାଯୋଗ୍ୟ, ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସସିବି ମେଡିକାଲରେ ପରଲୋକ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930