ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ
![ପୂର୍ବତନ ସାଂସଦ ମୋହନ ଜେନାଙ୍କ ପରଲୋକ](http://indusvalleytimes.com/news/wp-content/uploads/2022/12/mohan-680x365_c.jpg)
December 12
17:33
2022
ଭୁବନେଶ୍ୱର,୧୨/୧୨: ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ଆଜି ପରଲୋକ ହୋଇଯାଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଥିବାବେଳେ ଯାଜପୁରରୁ ଦୁଇଥର ସେ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୪ ଓ ୨୦୦୯ ଲୋକସଭା ନିର୍ବାଚନରେ ସେ ବିଜେଡି ଟିକେଟରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ସଂସଦର ବିଭିନ୍ନ କମିଟିରେ ସେ ସଦସ୍ୟ ଥିବାବେଳେ ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।