Indus Valley Times

ବକେୟା ବିଲ କରି ଦେବାକୁ ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି; ମାଡ଼ି ବସିଲା ଭିଜିଲାନ୍ସ

 Breaking News

ବକେୟା ବିଲ କରି ଦେବାକୁ ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି; ମାଡ଼ି ବସିଲା ଭିଜିଲାନ୍ସ

February 29
11:18 2024

ରାଉରକେଲା, ୨୯/୨ : ଭିଜିଲାନ୍ସ ଜାଲରେ ଇଏସଆଇ ଡିସପେନସରୀ ବରିଷ୍ଠ କିରାଣୀ ଅଭିରାମ ସାହୁ । ଗ୍ୟାସ ମେକାନିକ ବିଶ୍ୱନାଥ ସିଂହଙ୍କ ଫାଇଲ ପାସ କରିଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ । ତାଙ୍କ ନିକଟରୁ ଭିଜିଲାନ୍ସ ଅଧିକାରୀ ରଙ୍ଗବୋଳା ଟଙ୍କା ଜବତ କରିଛନ୍ତି ।
ଟିମ ଅଧିକାରୀ ଏକକାଳୀନ ତାଙ୍କ ଅଫିସ ଓ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରଖିଛନ୍ତି । ମିଳିଥିବା ସୂଚନାମୁତାବକ ବିଶ୍ୱନାଥ ବାଲୁଘାଟ ବସ୍ତିରେ ରହନ୍ତି । ସେ ରୁପୁଟୋଲାରେ ଥିବା ଭାରତ ଗ୍ୟାସ ଏଜେନସିରେ ଚୁଲା ମେକାନିକ କାମ କରୁଥିଲେ ।
ଗତ ୨୦୨୦ ମେ ମାସରେ ସଡ଼କ ଦୁର୍ଘଟଣାରେ ଆହତ ହୋଇଥିଲେ । ତାଙ୍କୁ ପ୍ରଥମେ ଇଏସଆଇ ମଡେଲ ହସ୍ପିଟାଲ ଓ ପରେ ଆଇଜିଏଚକୁ ସ୍ଥାନାନ୍ତର କରାଯାଇଥିଲା ।
ହସ୍ପିଟାଲରୁ ଭଲ ହୋଇ ଫେରିବା ପରେ ଚିକିତ୍ସା ଖର୍ଚ୍ଚ ପ୍ରାୟ ଲକ୍ଷେ ଟଙ୍କା ଫେରିପାଇବାକୁ ରାଉରକେଲା ଆଇଟିଆଇ ନିକଟସ୍ଥ ଇଏସଆଇ ଡିସପେନସରୀରେ ବରିଷ୍ଠ କିରାଣୀ ଅଭିରାମ ସାହୁଙ୍କୁ ଦେଖା କରିଥିଲେ । ଅଭିରାମଙ୍କ କହିବାନୁଯାୟୀ ଆବଶ୍ୟକ କାଗଜପତ୍ର ଦାଖଲ କରିଥିଲେ । ଅଭିରାମ ଫାଇଲ ପାସ କରିଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ ।
ଦାବି ମୁତାବକ ଟଙ୍କା ନ ଦେଇ ପାରିବାରୁ ଅଭିରାମ ବିଶ୍ୱନାଥକୁ ଦିନ ପରେ ଦିନ ଗଡ଼ାଇ ଚାଲିଥିଲେ । ଶେଷରେ କୌଣସି ଉପାୟ ନ ପାଇ ବିଶ୍ୱନାଥ ଭିଜିଲାନ୍ସ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲେ ।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031