Indus Valley Times

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୨୪ରେ ନେବ ଅବପାତର ରୂପ

 Breaking News

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୨୪ରେ ନେବ ଅବପାତର ରୂପ

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୨୪ରେ ନେବ ଅବପାତର ରୂପ
May 23
09:49 2024

ଭୁବନେଶ୍ବର, ୨୩/୫ : : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ବୁଧବାର ତୁଳନାରେ ଗୁରୁବାର ବଙ୍ଗୋପସାଗର ସକ୍ରିୟ ଲଘୁଚାପ କ୍ଷେତ୍ର ନିକଟରେ ପବନର ଘୂର୍ଣ୍ଣୟମାନ ବେଗ ବୃଦ୍ଧି ପାଇବାରେ ଲାଗିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଫଳରେ ଏହା ଅଧିକ ଘନୀଭୂତ ହେବାରେ ଲାଗିଛି।
ଶୁକ୍ରବାର ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାପରେ ଅବପାତ ଉତ୍ତର-ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି। ୨୫ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । ୨୬ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପାଖରେ ପହଞ୍ଚିବ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରୁଛନ୍ତି । ଏହାର ପ୍ରଭାବରେ ୨୫ରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ବା ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଏହା ପ୍ରଭାବରେ ୨୫ରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବ । ଗୋଟିଏ ବା ଦୁଇଟି ଜାଗାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା କେଉଁ ଉପକୂଳ ଅତିକ୍ରମ କରିବ ଓ ଅତିକ୍ରମ କରିବା ବେଳେ ଏହାର ସର୍ବାଧିକ ପ୍ରଭାବ କ’ଣ ରହିବ ତାକୁ ନେଇ ଏବେ କୌଣସି ପୂର୍ବାନୁମାନ ହୋଇନି । ଅବପାତ ସୃଷ୍ଟି ପରେ ଏହା ଆଗକୁ ବଢ଼ିଲେ ଏହାର ପ୍ରଭାବ ନେଇ ଅଧିକ ପୂର୍ବାନୁମାନ କରିହେବ ବୋଲି ସେ କହିଛନ୍ତି ।
ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ପରେ ଏହା କ୍ରମଶଃ ଉତ୍ତର ପୂର୍ବ ଦିଗରେ ନିଜ ଗତି ଜାରି ରଖିବ । ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଓ ନିକଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାକୁ ୩୦ରୁ ୪୦କିମି ବେଗରେ ପବନ ପ୍ରବାହିତ ହେଉଛି । ଶୁକ୍ରବାର ଏହା ବଢ଼ି ୪୦ ରୁ ୫୦ କିମି ବେଗରେ ପବନ ବହିବ ।
୨୪ ତାରିଖରେ ପବନର ବେଗ ୫୦ ରୁ ୬୦ କିମି ହେବାର ସମ୍ଭାବନା ରହିଛି । ପ୍ରବାହିତ ପବନର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ପୂର୍ବ ଉପକୂଳ ଓ ଆଣ୍ଡାମାନ ନିକୋବରର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଯେଉଁମାନେ ସମୁଦ୍ର ଭିତରକୁ ଯାଇଛନ୍ତି ସେମାନଙ୍କୁ ତୁରନ୍ତ ଫେରି ଆସିବାକୁ ସୂଚନା ଦିଆଯାଇଛି । ଅବପାତ ଅଧିକ ଘନୀଭୂତ ହେବାର ସମ୍ଭାବନା ଅଛି ।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30