Indus Valley Times

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଲର୍ଟ

 Breaking News

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଲର୍ଟ

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଲର୍ଟ
September 30
10:29 2023

ଭୁବନେଶ୍ବର,୩୦/୯: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାପରେ ଏହା ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ଆରବ ସାଗରରେ ମଧ୍ୟ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ ଲଘୁଚାପରେ ପରିଣତ ହୋଇଛି ଜ୍ଝ
ଏହାରି ପ୍ରଭାବରେ ଆଜିଠାରୁ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଅଞ୍ଚଳରେ ୭୦ରୁ ୨୦୦ ମିମି ଯାଏ ବର୍ଷା ହୋଇପାରେ। ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଧା ଆଦି ଜିଲ୍ଲାର କେତେକ ସ୍ଥାନରେ ଆଜି ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧୦ ମିମି ବର୍ଷା ସମ୍ଭାବନା ରହିଛି। ଏହାଛଡ଼ା ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ। ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷାର ବିସ୍ତୃତି ଓ ପରିମାଣ ଆସନ୍ତା ୩ ତାରିଖ ଯାଏ ଅଧିକ ରହିବ। ୧ ଓ ୨ ତାରିଖରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031