Indus Valley Times

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

 Breaking News

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
August 13
13:03 2025

ଭୁବନେଶ୍ୱର,୧୩/୮: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସକାଳ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟପଟେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଆଦି ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ।
ଏହି ସମସ୍ତ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ସକାଳ ୮ଟାରୁ ୧୪ ତାରିଖ ସକାଳ ମଧ୍ୟରେ କୋରାପୁଟ ଓ ମାଲକାନଗିରିରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହପିରି ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗୀର ଓ ନୂଆପଡ଼ାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି। ଅନ୍ୟାନ୍ୟ ଜିଲାକୁ ବିଜୁଳି ଘଡ଼ଘଡ଼ି ଭୟ ରହିଥିବାରୁ ସତର୍କ ସୂଚନା ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031