Legatus

ବଢୁଛି ବିପଦ ,ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ

 Breaking News

ବଢୁଛି ବିପଦ ,ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ବଢୁଛି ବିପଦ ,ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ
July 31
11:47 2022

ଭୁବନେଶ୍ୱର ୩୧/୭ : ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୧୪୦୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୬୫ ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, ଓ କନ୍ଧମାଳ ଜିଲ୍ଲାରୁ ୨୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସେହିପରି କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୩ ଜଣ, କୋରାପୁଟ ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୯୩ ଜଣ, ସୋନପୁର ଜିଲ୍ଲାରୁ ୨୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨୨ଜଣ, ଷ୍ଟେଟ ପୁଲ୍ରୁ ୩୯ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୧୪୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୦୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୭୩୪୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୬୪୩୯୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

January 2025
M T W T F S S
 12345
6789101112
13141516171819
20212223242526
2728293031