Indus Valley Times

ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

 Breaking News

ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
June 24
13:57 2022

ଭୁବନେଶ୍ବର, ୨୪/୬: ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରାଜଗତର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବାର ସୂଚନା ମିଳିଛି।
ସେ ଭୁବନେଶ୍ବରର ପ୍ରାଚୀବିହାରସ୍ଥିତ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଶୁକ୍ରବାର ଘରୁ ରାଇମୋହନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପାରିବାରିକ ଅସନ୍ତୋଷକୁ ନେଇ ସେ ଜୀବନ ହାରିଥିବା କୁହାଯାଉଛି।
ଉଲ୍ଲେଖଯୋଗ୍ୟ, ଓଲିଉଡ ଓ ଯଲିଉଡର ଚର୍ଚ୍ଚିତ ଖଳନାୟକ ରାଇମୋହନ ପରିଡ଼ା ୧୯୮୬ ମସିହାରେ ମୁକ୍ତିଲାଭ କରିଥିବା ବସନ୍ତ ନାୟକଙ୍କ ପ୍ରଯୋଜିତ ତଥା ପ୍ରଶାନ୍ତ ନନ୍ଦଙ୍କ ନିର୍ଦ୍ଦେଶିତ ସୁପରହିଟ୍ ଫିଲ୍ମ ‘ପକାକମ୍ବଳ ପୋତ ଛତା’ ଜରିଆରେ ଓଡ଼ିଆ ସିନେମାରେ ପାଦ ଥାପିଥିଲେ।
ଏହାପରେ ରାଇମୋହନଙ୍କୁ ମୁଖ୍ୟ ଖଳନାୟକ ଭୂମିକାରେ ମଧ୍ୟ ଅନେକ ସିନେମାରେ ଦେଖିବାକୁ ମିଳିଛି। ଏଥିମଧ୍ୟରେ ରହିଛି କୋଟିଏ ମଣିଷ ଗୋଟି ଜଗା, ଲକ୍ଷେ ଶିବ ପୂଜି ପାଇଚି ପୁଅ, ସୁନା ସଂସାର, ସ୍ତ୍ରୀ, ରଣଭୂମି, ରସିକ ନାଗର, ତୁ ଥିଲେ ମୋ’ ଡର କାହାକୁ, ଲକ୍ଷ୍ମୀ ପ୍ରତିମା , ମେଣ୍ଟାଲ୍, ‘ତୁ ମୋ’ ସୁନାଚଢେଇ’ ଏବଂ ‘ମିଷ୍ଟର ମଜନୁ’ ଆଦି ସମେତ ୭୦ ରୁ ଅଧିକ ଓଡ଼ିଆ ସିନେମା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031