Indus Valley Times

ବିଧାନସଭା ପରିସରରେ ମହେଶ୍ୱରଙ୍କୁ ଦିଆଗଲା ଗାର୍ଡ ଅଫ ଅନର, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

 Breaking News

ବିଧାନସଭା ପରିସରରେ ମହେଶ୍ୱରଙ୍କୁ ଦିଆଗଲା ଗାର୍ଡ ଅଫ ଅନର, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

November 07
12:54 2023

ଭୁବନେଶ୍ଵର,୭/୧୧: ଘରୋଇ ହସ୍ପିଟାଲରୁ ଅଣାଯାଇ ବିଜେଡି ରାଜ୍ୟ କାର‌୍ୟ୍ୟାଳୟ ଶଙ୍ଖଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ରଖାଯାଇଛି। ସେଠାରେ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଦଳୀୟ ନେତା ଓ କର୍ମୀ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ସେଠାରେ ପହଞ୍ଚି ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।।
ଶଙ୍ଖଭବନରେ ବିଜେଡି ସାଧାରଣ ସଂପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ତୁଷାରକାନ୍ତି ବେହେରା, ପୂର୍ବତନ ମନ୍ତ୍ରୀ ସମୀରରଂଜନ ଦାଶ, ବିଧାୟକ ରୁଦ୍ର ମହାରଥୀ, ପ୍ରଣବ ବଳବନ୍ତରାୟ, ସୁଶାନ୍ତ ରାଉତ ଓ ଅନନ୍ତ ନାରାୟଣ ଜେନା ପ୍ରମୁଖ ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶଙ୍ଖଭବନରୁ ମହେଶ୍ୱର ମହାନ୍ତିଙ୍କ ପାର୍ଥିବ ଶରୀରକୁ ବିଧାନସଭା ପରିସରକୁ ନିଆଯିବ। ତାପରେ ତାଙ୍କର ମରଶରୀରକୁ ପୁରୀକୁ ନିଆଯିବ। ସେଠାରେ ସ୍ବର୍ଗଦ୍ବାରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଅନ୍ତିମସଂସ୍କାର କରାଯିବ ବୋଲି ଜଣାଯାଇଛି।
ଉଲ୍ଲେଖଯୋଗ୍ୟ, ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଗତ କିଛିଦିନ ଧରି ଗୁରୁତର ଅସୁସ୍ଥ ଥିବା ଶ୍ରୀ ମହାନ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ବିୟୋଗ ଘଟିଛି। ନଭେମ୍ବର ପହିଲାରୁ ଭୁବନେଶ୍ବରର କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଶ୍ରୀ ମହାନ୍ତିଙ୍କ ବିୟୋଗ ଭୋର ୩.୨୫ରେ ହୋଇଛି ବୋଲି ହସ୍ପିଟାଲର ଲୋକସଂପର୍କ ଅଧିକାରୀଙ୍କ ସୂତ୍ରରୁ ଜଣାଯାଇଥିଲା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031