Indus Valley Times

ବୌଦ୍ଧରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଅବସରରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ, ଯୋଗଦେଲେ ଉଭୟ ବିଧାୟକ

 Breaking News

ବୌଦ୍ଧରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଅବସରରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ, ଯୋଗଦେଲେ ଉଭୟ ବିଧାୟକ

June 13
08:43 2026

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ, ୧୩/୬ : ରାଜ୍ୟ ସରକାରଙ୍କ ଜନକଲ୍ୟାଣମୂଳକ ପଦକ୍ଷେପ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଅବସରରେ ବୌଦ୍ଧ ସହରସ୍ଥିତ ମର୍ଜାକୁଦ କଲ୍ୟାଣ ମଣ୍ଡପଠାରେ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଏହି ଅବସରରେ ଭୁବନେଶ୍ୱରରୁ ଆୟୋଜିତ ମୁଖ୍ୟ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଆଭାସୀ ମାଧ୍ୟମରେ ଉପସ୍ଥିତ ଅତିଥି ଓ ଜନସାଧାରଣଙ୍କୁ ପ୍ରଦର୍ଶିତ କରାଯାଇଥିଲା।
ମର୍ଜାକୁଦ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ କନ୍ହାଇ ଚରଣ ଡାଙ୍ଗ, ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପଜିଲ୍ଲାପାଳ ବିନୟ କୁମାର ଭୋଇଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଜନପ୍ରତିନିଧି ଓ ବହୁ ସଂଖ୍ୟକ ଜନସାଧାରଣ ଉପସ୍ଥିତ ଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଉଦ୍ଦେଶ୍ୟ, ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଏହାର ଗୁରୁତ୍ୱ ଏବଂ ଯୋଗ୍ୟ ହିତାଧିକାରୀମାନଙ୍କୁ ସୁଲଭ ମୂଲ୍ୟରେ ଖାଦ୍ୟଶସ୍ୟ ଯୋଗାଇବା ଦିଗରେ ସରକାରଙ୍କ ପ୍ରତିବଦ୍ଧତା ସମ୍ପର୍କରେ ଅବଗତ କରାଯାଇଥିଲା।
ଏହି ଅବସରରେ ହିତାଧିକାରୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ମୁଖ୍ୟମନ୍ତ୍ରୀ ଅନ୍ନପୁର୍ଣ୍ଣା ଯୋଜନା କାର୍ଡ ବିତରଣ କରାଯାଇଥିଲା ।
ଉପସ୍ଥିତ ଅତିଥିମାନେ ଏହି ଯୋଜନା ଦ୍ୱାରା ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଓ ଅସହାୟ ବର୍ଗର ଲୋକମାନେ ଉପକୃତ ହେବା ସହ ସେମାନଙ୍କ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ ହେବ ବୋଲି ମତ ପ୍ରକାଶ କରିଥିଲେ।
ସମଗ୍ର କାର୍ଯ୍ୟକ୍ରମଟି ସୁଚାରୁ ଭାବେ ପରିଚାଳିତ ହୋଇଥିବା ବେଳେ ଉପସ୍ଥିତ ଜନସାଧାରଣ ଯୋଜନା ସମ୍ପର୍କରେ ବିସ୍ତୃତ ସୂଚନା ଗ୍ରହଣ କରିଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930