Indus Valley Times

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ

 Breaking News

ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ

August 02
12:20 2024

ବ୍ରହ୍ମପୁର,୨/୮: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍‌ଓଡି ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।
କିଛି ଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେ ଫୁସ୍‌ଫୁସ୍ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି।
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସାମ୍ବାଦିକ ଓ ଗଣ ଯୋଗାଯୋଗ ବିଭାଗରେ ପ୍ରାଧ୍ୟାପକ ଭାବେ ଡକ୍ଟର ପାଣିଗ୍ରାହୀ ଦୀର୍ଘ ବର୍ଷ କାର‌୍ୟ୍ୟ କରିବା ପରେ ୨୦୧୪ରେ ଅବସର ନେଇଥିଲେ। ସେ ଜଣେ ମେଳାପୀ, ଛାତ୍ରବତ୍ସଳ
ଭାବେ ପରିଚିତ ଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930