Indus Valley Times

ଭିଜିଲାନ୍‌ସ ପଞ୍ଝାରେ ନୀଳଗିରି ଡେପୁଟି କଲେକ୍ଟର, ଏକକାଳୀନ ୧୨ଟି ସ୍ଥାନରେ ଚାଲିଛି ଚଢାଉ

 Breaking News

ଭିଜିଲାନ୍‌ସ ପଞ୍ଝାରେ ନୀଳଗିରି ଡେପୁଟି କଲେକ୍ଟର, ଏକକାଳୀନ ୧୨ଟି ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍‌ସ ପଞ୍ଝାରେ ନୀଳଗିରି ଡେପୁଟି କଲେକ୍ଟର, ଏକକାଳୀନ ୧୨ଟି ସ୍ଥାନରେ ଚାଲିଛି ଚଢାଉ
August 14
10:29 2024

ସୁଦାମ ପାତ୍ରଙ୍କ ରିପୋର୍ଟ

ନୀଳଗିରି, ୧୪/୮ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନୀଳଗିରି ଡେପୁଟି କଲେକ୍ଟର ପରୀକ୍ଷିତ ଜେନାଙ୍କ ଘରେ ଭିଜିଲାନ୍ସର ୧୨ ଜଣିଆ ଟିମ ଚଢ଼ଉ କରିଛି। ନୀଳଗିରି ବାଲିଗୋହିରୀ ଠାରେ ଶ୍ରୀ ଜେନା ରହୁଥିବା ଭଡ଼ାଘର ସମେତ ବିଭିନ୍ନ ସ୍ଥାନରେ ଚଢଉ ଚାଲିଥିବା ସୂଚନା ମିଳିଛି। ଏହାଛଡ଼ା ମୟୂରଭଞ୍ଜ ଜିଲ୍ଲାରେ ଥିବା ପୈତୃକ ଘରେ ବି ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଉଛି।
ଭିଜିଲାନ୍ସ ଏସପି ନରହରି ନାୟକଙ୍କ ସୂଚନା ଅନୁଯାୟୀ, ପୂର୍ବରୁ ଶ୍ରୀ ଜେନାଙ୍କ ନାଁରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରହିଛି। ସେହି ମାମଲା ଆଧାରରେ ଆଜି ଏହି ଚଢ଼ଉ ଚାଲିଛି। ପ୍ରାଥମିକ ପର‌୍ୟ୍ୟାୟରେ ତାଙ୍କ ନାଁରେ ଥିବା ବିଭିନ୍ନ କାଗଜପତ୍ର ସମେତ ବୀମା, ବ୍ୟାଙ୍କ୍ ବାଲାନ୍ସ ଓ ଅନ୍ୟାନ୍ୟ ସଂପତ୍ତିର ଯାଞ୍ଚ କରାଯାଉଛି। ଏହା ପୂର୍ବରୁ ସେ ମୟୂରଭଞ୍ଜର ବାରିପଦା ସଦରରେ ବିଡିଓ ଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31