Indus Valley Times

ମଙ୍କିପକ୍ସ ନେଇ କେନ୍ଦ୍ରର ଗାଇଡଲାଇନ୍: ୨୧ ଦିନିଆ ସଙ୍ଗରୋଧରେ ରହିବେ ଆକ୍ରାନ୍ତ

 Breaking News

ମଙ୍କିପକ୍ସ ନେଇ କେନ୍ଦ୍ରର ଗାଇଡଲାଇନ୍: ୨୧ ଦିନିଆ ସଙ୍ଗରୋଧରେ ରହିବେ ଆକ୍ରାନ୍ତ

July 28
11:37 2022

ନୂଆଦିଲ୍ଲୀ, ୨୮/୭: ଦେଶରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହୋଇଛି ଗାଇଡଲାଇନ୍ସ। ସମ୍ପୂର୍ଣ୍ଣ ସୁସ୍ଥ ହେବା ସହ ସମସ୍ତ ଘା ଶୁଖିବା ପର‌୍ୟ୍ୟନ୍ତ ସଂକ୍ରମିତ ରୋଗୀ ସଙ୍ଗରୋଧରେ ରହିବେ ରୋଗୀ। ତିନି ଥାକିଆ ମାସ୍କ ପିନ୍ଧିବେ। ଶରୀରରେ ହୋଇଥିବା ଘା ଓ ବଥ ଗୁଡିକୁ ଯଥା ସମ୍ଭବ ଘୋଡାଇ ରଖିବା ଉଚିତ । ସଂକ୍ରମିତ ମଙ୍କିପକ୍ସ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ୨୧ ଦିନ ଆଇସୋଲେସନରେ ରହିବେ ।
ମଙ୍କିପକ୍ସ ଆକ୍ରାନ୍ତଙ୍କ ଯତ୍ନ ନେଉଥିବା ବ୍ୟକ୍ତି ପିପିଇ କିଟ୍ ପିନ୍ଧିବେ। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଲକ୍ଷଣ ନଥିଲେ ବି ବ୍ଲଡ, ସେଲ ଓ ଟିସୁ ଦାନ କରିପାରିବେନି। ସଂକ୍ରମିତ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବାରମ୍ବାର ହାତ ଧୋଇବା ସହ ସାନିଟାଇଜର ବ୍ୟବହାର କରିବେ।
ସୂଚନା ଅନୁଯାୟୀ ଦେଶରେ ଏଯାବତ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ବିଶ୍ୱବ୍ୟାପି ୧୬ ହଜାର ମଙ୍କିପକ୍ସ ମାମଲା ଚିହ୍ନଟ ହେବାପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ବୈଶ୍ୱିକ ସ୍ୱାସ୍ଥ୍ୟ ସଙ୍କଟ ଘୋଷଣା କରିଛନ୍ତି। ତେବେ ଭାରତରେ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହେବାରୁ ସରକାର ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି।
ମଙ୍କିପକ୍ସ ରୋଗୀ ଏବଂ ସେମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କ ପାଇଁ ନିର୍ଦ୍ଦେଶାବଳି ଜାରି ହୋଇଛି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପର‌୍ୟ୍ୟନ୍ତ ରୋଗୀ ସଙ୍ଗରୋଧରେ ରହିବେ। ଶରୀରର ସମସ୍ତ ଘା ଶୁଖିବା ପର‌୍ୟ୍ୟନ୍ତ ସଂକ୍ରମିତ ରୋଗୀ ସଙ୍ଗରୋଧରେ ରହିବେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031