Indus Valley Times

‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

 Breaking News

‘ମାଣ୍ଡସ୍’ ପ୍ରଭାବ, ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

December 10
11:03 2022

ଭୁବନେଶ୍ୱର,୧୦/୧୨: ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ଏହି ସମୟରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍. ଆର. ବିଶ୍ୱାସ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ରାଜ୍ୟରେ ଆଜି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ।
ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଆହୁରି କହିଛନ୍ତି, ୭ଜିଲ୍ଲା ବ୍ୟତିତ ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ। ଆସନ୍ତାକାଲିଠୁ ୧୩ ଡିସେମ୍ବର ପର‌୍ୟ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଏଥିସହ ଆସନ୍ତା ଦୁଇରୁ ତିନି ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର‌୍ୟ୍ୟନ୍ତ ସର୍ବନିମ୍ନ ତାପମାତ୍ରା ବଢ଼ିପାରେ। ଫଳରେ ଶୀତ କମିଯିବାର ସମ୍ଭାବନା ରହିଛି।
ଉତ୍ତରା ପବନ ପ୍ରଭାବରେ ରାଜ୍ୟରେ ଶୀତ ବଢ଼ିଥିଲା ବୋଲି ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ କହିଛନ୍ତି।
ବାତ୍ୟା ମେନଣ୍ଡୋସ୍ ପ୍ରଭାବରେ ତାମିଲନାଡୁରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟା ଚେନ୍ନାଇର ମେରାଇନ୍ ଡ୍ରାଇଭ୍ ରୋଡରେ ଜୋରସୋରରେ ପବନ ବହିବା ସହ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ତାମିଲନାଡୁ ମାମଲ୍ଲାପୁରମ୍ ନିକଟରେ ଏହା ସ୍ଥଳଭାଗ ଛୁଇଁଥିଲା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031