Indus Valley Times

ମାଲକାନଗିରି ସଡକ ଦୁର୍ଘଟଣାରେ ୫ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୩ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା

 Breaking News

ମାଲକାନଗିରି ସଡକ ଦୁର୍ଘଟଣାରେ ୫ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୩ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା

ମାଲକାନଗିରି ସଡକ ଦୁର୍ଘଟଣାରେ ୫ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୩ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା
November 25
19:02 2023

ମାଲକାନଗିରି/ଭୁବନେଶ୍ବର,୨୫/୧୧: ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।
ଏଥି ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ୮ଜଣଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି।
ସୂଚନାଯୋଗ୍ୟ, ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ଘାଟିରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏଠାରେ ଭାରସାମ୍ୟ ହରାଇ ଏକ ସିମେଣ୍ଟ ବୋଝେଇ ଟିପ୍ପର ଓଲଟିବା ଫଳରେ ୬ଜଣଙ୍କ ପ୍ରାଣହାନି ଘଟିଛି। ସମସ୍ତ ମୃତ ବ୍ୟକ୍ତି ଶ୍ରମିକ ଥିଲେ।
ଟିପ୍ପରଟି ଚିତ୍ରକୋଣ୍ଡାରୁ ଯୋଡାମ୍ବ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଘାଟି ତଳକୁ ଖସିଥିବା ଟିପ୍ପରରେ ଲୁହା ଛଡ଼ ଓ ସିମେଣ୍ଟ ଯାଉଥିଲା। ବିଏସ୍ଏଫ୍ ଯବାନମାନେ ଉଦ୍ଧାର କାର‌୍ୟ୍ୟରେ ନିୟୋଜିତ ଥିଲେ। ଆହତମାନଙ୍କୁ ବଡ଼ପଡ଼ା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031