Indus Valley Times

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ

 Breaking News

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ

ମାହାଙ୍ଗା ଡବଲ ମର୍ଡର: ୯ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ
August 28
17:06 2024

କଟକ,୨୮/୮ : ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ଶୁଣାଣି ହୋଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ସେ ହେଲେ ଅରବିନ୍ଦ ଖଟୁଆ।
ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୨ରେ ବରିଷ୍ଠ ଭାଜପା ନେତା କୁଳମଣି ବରାଳ ଓ ସଂପର୍କୀୟ ଦିବ୍ୟ ସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବାବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ଏପରିକି ତତକାଳୀନ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। କିନ୍ତୁ ପ୍ରତାପ ଜେନାଙ୍କ ମାମଲା ଏବେ ଉଚ୍ଚ ନ୍ୟାୟାଳୟରେ ବିଚାରାଧୀନ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031