Indus Valley Times

ମୁନିଗୁଡାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ମୁନିଗୁଡାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ମୁନିଗୁଡାରେ ରାୟଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
August 26
18:00 2025

ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟ
ମୁନିଗୁଡା/ ରାୟଗଡ, ୨୬/୮ : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।
ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ ଦେବୀ, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ମନୀଷା ଦାଶ ଯୋଗଦେଇ ସମସ୍ତ ଅଭିଯୋଗର ଶୁଣାଣୀ କରିଥିଲେ।
ସୋମବାର ମୋଟ ୯୧ ଟି ଅଭିଯୋଗ ର ଶୁଣାଣୀ ହୋଇଥିବା ବେଳେ, ସେଥିରୁ ୭୩ଟି ବ୍ୟକ୍ତିଗତ, ୧୮ଟି ସାମୁହିକ ଦରଖାସ୍ତ ପଞ୍ଜିକରଣ ହୋଇଥିଲା । ସୋମବାର ଏହି ଅଭିଯୋଗ ଶୁଣାଣି ଶିବିରରେ ଆଠ ଜଣଙ୍କୁ ଏକଲକ୍ଷ ଦଶହଜାର ଟଙ୍କାର ଆର୍ଥିକ ସାହାଯ୍ୟ ଜିଲ୍ଲାପାଳ ପ୍ରଦାନ କରିଥିଲେ ।
ସମସ୍ତ ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିବା ପରେ ଅଭିଯୋଗ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ର ପ୍ରତିମା ରାଣୀ ଦାସ, ଜିଲ୍ଲା ଯୋଗାଣ ଅଧିକାରୀ ଦଶରଥୀ ସୋରେନ, ଲିଡ଼ ବ୍ୟାଙ୍କ ଅଧିକାରୀ ଦେବେନ୍ଦ୍ର ବାଉରୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ମୁନିଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣଚନ୍ଦ୍ର ଦଳପତି ଶିବିର ପରିଚାଳନା କରିଥିବା ବେଳେ ମୁନିଗୁଡା ଥାନା ଅଧିକାରୀ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031