Indus Valley Times

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ଦୁର୍ବ୍ୟବହାର ମାମଲା: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

 Breaking News

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ଦୁର୍ବ୍ୟବହାର ମାମଲା: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ଦୁର୍ବ୍ୟବହାର ମାମଲା: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
September 19
15:45 2024

ଭୁବନେଶ୍ୱର, ୧୯/୯ : ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର‌୍ୟାତନା ଓ ଦୁର୍ବ୍ୟବହାର ପ୍ରଦର୍ଶନ ଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଇଆଇସିଙ୍କ ସମତେ ୫ ପୁଲିସ୍ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ତେବେ ଏହି ଘଟଣାର ମୂଳ ମାମଲାର ବି ତଦନ୍ତ ହେବ । ପୁଲିସ ଡିଜିପି ୱାଇ ବି ଖୁରାନିଆ ଦେଇଛନ୍ତି ଏହି ନିର୍ଦ୍ଦେଶ ।
ତେଣୁ ସେନା ଅଧିକାରୀଙ୍କ ଅଭିଯୋଗ ଆଧାରରେ ଏକ ନୂଆ ମାମଲା ରୁଜୁ କରାଯିବ । ଏହି ମାମଲା ଆଧାରରେ ସେମାନଙ୍କୁ ରାସ୍ତା ଉପରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ରୋଡ଼ ରୋମିଓଙ୍କୁ ଚିହ୍ନଟ କରାଯିବ । ଏହାପରେ ସେମାନଙ୍କ ଉପରେ ଆକ୍ସନ ନିଆଯିବ ବୋଲି କହିଛନ୍ତି ପୁଲିସ୍ ଡିଜିପି।
୨୨ ଶିଖ ରେଜିମେଣ୍ଟର ସେନା ଅଧିକାରୀ ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀ ଗତ ଶନିବାର ବିଳମ୍ବିତ ରାତିରେ ପଟିଆରୁ କାର୍‌ରେ ଯାଉଥିଲେ। କିନ୍ତୁ ମଝି ରାସ୍ତାରେ ୨ଟି କାର୍‌ରେ କିଛି ରୋଡ୍ ରୋମିଓ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ସଂପର୍କରେ ଅଭିଯୋଗ କରିବା ପାଇଁ ସେମାନେ ଭରତପୁର ଥାନାକୁ ଯାଇଥିଲେ।
କିନ୍ତୁ ପୁଲିସ୍ ରୋଡ୍ ରୋମିଓଙ୍କୁ ଧରିବ କ’ଣ ପ୍ରଥମେ ଲିଖିତ ଏତଲା ଦାବି କରିଥିଲା। ଏହାକୁ ନେଇ ପୁଲିସ ଓ ସେନା ଅଧିକାରୀଙ୍କ ମଧ୍ୟରେ ଲାଗିଥିଲା ଯୁକ୍ତିତର୍କ। ତାହାରି ଭିତରେ ଗୁରୁବଂଶଙ୍କୁ ରାତିତମାମ୍ ଲକ୍‌ଅପ୍‌ରେ ରଖିଥିଲା ପୁଲିସ୍‌। ତାଙ୍କ ବାନ୍ଧବୀଙ୍କୁ ଉପସ୍ଥିତ ପୁଲିସ କର୍ମଚାରୀ ଦୁର୍ବ୍ୟବହାର କରିବା ସହ ମାଡ଼ ମାରି ଲହୁଲୁହାଣ କରିଥିବା ଗୁରୁବଂଶ ଅଭିଯୋଗ କରିଥିଲେ। କେବଳ ଏତିକି ନୁହେଁ, ଭରତପୁର ଥାନା ଆଇଆଇସି ଦୁଷ୍କର୍ମ ଧମକ ଦେଇଥିବା ମଧ୍ୟ ଅଭିଯୋଗ କରିଥିଲେ ସେନା ଅଧିକାରୀ ।
ପରବର୍ତ୍ତୀ ସମୟରେ ସେନା ଅଧିକାରୀଙ୍କ ବାନ୍ଧବୀଙ୍କୁ ଗିରଫ କରାଯାଇ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଥିଲା। ପୁଲିସ୍‌ର ଅତ୍ୟଧିକ ମାଡ଼ରେ ଲହୁଲୁହାଣ ହୋଇ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କ ଜାମିନ ବି ମଞ୍ଜୁର ହୋଇ ଯାଇଛି।
ଏହି ଘଟଣା ଧୀରେ ଧୀରେ ଉଗ୍ର ରୂପ ଧାରଣ କରିବା ସହ ଅବସରପ୍ରାପ୍ତ ସେନା କର୍ମଚାରୀ ପୁଲିସ୍‌ର ଏପରି ବ୍ୟବହାରକୁ ତୀବ୍ର ବିରୋଧ କରିଥିଲେ। ଏହାପରେ ତତ୍‌କ୍ଷଣାତ ଆଇଆଇସିଙ୍କ ସମେତ ୫ ପୁଲିସ୍ କର୍ମଚାରୀଙ୍କୁ ପ୍ରଥମେ ବଦଳି ଓ ପରେ ନିଲମ୍ବିତ କରାଯାଇଛି।
ତେବେ ଏହି ଘଟଣାର ମୂଳ ମାମଲାର ଏବେ ତଦନ୍ତ ହେବ । ରାଜଧାନୀ ରାସ୍ତାରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ରୋଡ଼ ରୋମିଓଙ୍କୁ ତୁରନ୍ତ ଚିହ୍ନଟ କରାଯିବ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930