Indus Valley Times

ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ କଡାକଡି ହେଲା ପଠପଢ଼ା: ଏଣିକି ତ୍ରୈମାସିକ ପରୀକ୍ଷା

 Breaking News

ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ କଡାକଡି ହେଲା ପଠପଢ଼ା: ଏଣିକି ତ୍ରୈମାସିକ ପରୀକ୍ଷା

ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ କଡାକଡି ହେଲା ପଠପଢ଼ା: ଏଣିକି ତ୍ରୈମାସିକ ପରୀକ୍ଷା
August 09
12:08 2022

ଭୁବନେଶ୍ବର,୯/୮ : ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ ତ୍ରୈମାସିକ ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି । ପ୍ରତି ତିନି ମାସରେ ଛାତ୍ରଛାତ୍ରୀ ଗୋଟିଏ ଲେଖାଏ ପରୀକ୍ଷାର ସମ୍ମୁଖୀନ ହେବେ। ଅର୍ଥାତ୍ ବର୍ଷକୁ ୩ଟି ପରୀକ୍ଷା ଦେବା ବାଧ୍ୟତାମୂଳକ। ଯଦି କୌଣସି ପରୀକ୍ଷାର୍ଥୀ ଏହି ପରୀକ୍ଷାଗୁଡ଼ିକରେ ଅଂଶଗ୍ରହଣ ନ କରନ୍ତି ତେବେ ସେମାନେ ମୁଖ୍ୟ ପରୀକ୍ଷାରେ ଭାଗ ନେଇପାରିବେ ନାହିଁ। କରୋନା ପାଇଁ ଗତ ଶିକ୍ଷାବର୍ଷରେ ଆରମ୍ଭ ହୋଇଥିବା ଏଭଳି ଢାଞ୍ଚାକୁ ୨୦୨୨-୨୩ ଶିକ୍ଷାବର୍ଷରେ ମଧ୍ୟ ଲାଗୁ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୋଜନା କରାଯାଇଛି। ଏନେଇ ପ୍ରାରମ୍ଭିକ ଆଲୋଚନା ମଧ୍ୟ ଶେଷ ହୋଇଛି। ବିଭାଗୀୟ ଅଧିକାରୀ ଓ ପରୀକ୍ଷା ପରିଚାଳନା କମିଟିର ସଦସ୍ୟମାନେ ମଧ୍ୟ ଏଭଳି ବ୍ୟବସ୍ଥା ସପକ୍ଷରେ ଅଛନ୍ତି। ମାତ୍ର ଉକ୍ତ ତ୍ରୈମାସିକ ପରୀକ୍ଷାଗୁଡ଼ିକର ମାର୍କକୁ ମୁଖ୍ୟ ପରୀକ୍ଷା ସହ ମିଶାଯିବ କି ନାହିଁ ସେନେଇ ଏପର‌୍ୟ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। ଏନେଇ ଖୁବ୍ଶୀଘ୍ର ଚୂଡ଼ାନ୍ତ ପଦକ୍ଷେପ ନିଆଯିବ ବୋଲି ପରିଷଦ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ କହିଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031