Indus Valley Times

ରଥଯାତ୍ରା ପରଦିନ ଖୋଲିବ ରତ୍ନଭଣ୍ଡାର, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି

 Breaking News

ରଥଯାତ୍ରା ପରଦିନ ଖୋଲିବ ରତ୍ନଭଣ୍ଡାର, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି

ରଥଯାତ୍ରା ପରଦିନ ଖୋଲିବ ରତ୍ନଭଣ୍ଡାର, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି
June 19
16:32 2024

ପୁରୀ,୧୯/୬: ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର। ଏନେଇ ସୂଚନା ଦେଇଛନ୍ତି ଏଏସ୍ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକ। ତାଙ୍କ ସୂଚନା ଅନୁଯାୟୀ କୋର କମିଟି ଓ ବୈଷୟିକ କମିଟିର ସଦସ୍ୟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ।
ସେ ଆହୁରି କହିଛନ୍ତି, ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ସ୍କାନିଂରୁ ପାର୍ଶ୍ବ କାନ୍ଥରେ କ୍ରାକ୍ ଥିବା ଜଣାଯାଇଛି। ଏହାଫଳରେ ରତ୍ନଭଣ୍ଡାର ଭିତରେ ପାଣି ପଶିଥିବ। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ।
ରତ୍ନଭଣ୍ଡାର ଅନୁଧ୍ୟାନ ଓ ଯାଞ୍ଚ ପାଇଁ ଏଏସଆଇ ପକ୍ଷରୁ ୧୪ ଜଣ ସଦସ୍ୟଙ୍କୁ କମିଟି ଗଠନ କରାଯାଇଛି। ୨୦୧୮ ହୋଇଥିବା ଯାଞ୍ଚର ରିପୋର୍ଟ ଅନୁସାରେ ରତ୍ନଭଣ୍ଡାର ବାହାର ଓ ଭିତରେ ଯାହା କିଛି ସମସ୍ୟା ରହିଛି ତାକୁ ମରାମତି କରାଯିବା ସହ ରତ୍ନଭଣ୍ଡାର ଭିତରେ ଥିବା ସୁନା ଅଳଙ୍କାରର ମଣୋତି କରାଯିବ। ତେବେ ଶ୍ରୀମନ୍ଦିର ପ୍ରଶାସନ, ପଶାୟତ କମିଟିର ଉପସ୍ଥିତିରେ ଏଏସଆଇ ଟିମ୍ ୮ ଦିନ ଭିତରେ ଏହି କାର‌୍ୟ୍ୟକୁ ସମାପ୍ତ କରିବାକୁ ଚେଷ୍ଟା କରିବ ବୋଲି ସୂଚନା ରହିଛି।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031