Indus Valley Times

ରାଜଧାନୀରେ ମହିଳା ସପ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

 Breaking News

ରାଜଧାନୀରେ ମହିଳା ସପ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜଧାନୀରେ ମହିଳା ସପ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
August 21
11:08 2022

ଭୁବନେଶ୍ବର,୨୧/୮: ରାଜଧାନୀ ଭୁବନେଶ୍ୱରରେ ଜଣେ ମହିଳା ସପ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ ଏଭଳି ଘଟଣା ଘଟିଛି । ଯୁବତୀ ଜଣକ ଏକ ଆପାର୍ଟମେଣ୍ଟରେ ରହୁଥିଲେ । ଘରେ ଲାଗିଥିବା ଫ୍ୟାନ୍ ରୁ ଝୁଲନ୍ତା ମୃତଦେହ ଠାବ କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ ।
ଯୁବତୀଙ୍କ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି।
ମୃତ ଯୁବତୀଜଣକ ଭଦ୍ରକ ଅଞ୍ଚଳର ଶ୍ଵେତା ଉତ୍କଳ କୁମାରୀ ବୋଲି ଜଣାଯାଇଛି। ଘଟଣା ସଂପର୍କରେ ମୃତ ଯୁବତୀଙ୍କ ପରିବାର ଲୋକଙ୍କୁ ପୁଲିସ୍ ଜଣାଇଛି। ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031