Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ କରୋନା ପଜିଟିଭ୍ ଚିହ୍ନଟ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ କରୋନା ପଜିଟିଭ୍ ଚିହ୍ନଟ
April 05
10:13 2022

ଭୁବନେଶ୍ୱର, ୫/୪ : ମଙ୍ଗଳବାର ଦିନ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୫୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୯ ଜଣ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୩୨୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୦୨୦୮୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031