Indus Valley Times

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ, ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା ସୁବିଧା

 Breaking News

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ, ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା ସୁବିଧା

ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ କଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ, ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା ସୁବିଧା
April 11
16:50 2025

କଟକ,୧୧/୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ କଟକରେ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିବ। ଦେଶର ୨୯ ହଜାରରୁ ଊଦ୍ଧର୍‌ବ ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ।
କଟକର ଐତିହାସିକ ବାଲିଯାତ୍ରା ପଡ଼ିଆରେ ଏହାର ଶୁଭାରମ୍ଭ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଏହି ସୱତନ୍ତ୍ର କାର‌୍ୟ୍ୟକ୍ରମରେ ଯୋଗଦେଇ ଏହାର ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ, ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ପ୍ରଭାତୀ ପରି ଏବଂ ସୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତଥିଲେ॥ ୧୨ ଜିଲାରେ ମଧ୍ୟ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ୧୨ ଜଣ ମନ୍ତ୍ରୀ ଏଥିରେ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।
ଓଡ଼ିଶାବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ୩ଟି ଯୋଜନାର ଲୋକାର୍ପଣ କରିଛନ୍ତି । ରାଜ୍ୟର ସମସ୍ତ ୧୪୦୫ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହେବ । ୩ଟି ଯୋଜନାରେ ରାଜ୍ୟର ୧.୩ କୋଟି ପରିବାରର ସାଢ଼େ ୩ କୋଟି ଲୋକ ଯୋଡ଼ି ହେବେ ।
୭୦ ବର୍ଷ ବୟସରୁ ଉର୍ଦ୍ଧ୍ବ ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ । ରାଜ୍ୟରେ ଏମାନଙ୍କ ସଂଖ୍ୟା ୨୩ ଲକ୍ଷ ୧୩ ହଜାର । ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଏବଂ ଜିଜେଏୱାଇରେ ସାମିଲ ଥିବାରୁ ଆଉ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ି ହେବେ । ପ୍ରତି ପରିବାର ପିଛା ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ତେବେ ପରିବାରର ମହିଳା ହିତାଧିକାରୀଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସେବା ପ୍ରଦାନ କରାଯିବ ।
ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ଼ ମିଳୁଥିଲା । ଏବେ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ଏହାଦ୍ୱାରା ରାଜ୍ୟ ବାହାରେ ରହୁଥିବା ହିତାଧିକାରୀମାନଙ୍କୁ ଆଉ ମାଗଣା ସ୍ୱାସ୍ଥ୍ୟସେବା ପାଇବାରେ କୌଣସି ଅସୁବିଧା ହେବନି ।
ବୟୋବନ୍ଦନା ହିତାଧିକାରୀମାନେ ଅଲଗା ସ୍ୱତନ୍ତ୍ର କାର୍ଡ ପାଇବେ । ପୂର୍ବରୁ ୯୦୦ଟି ତାଲିକାଭୁକ୍ତ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ମିଳୁଥିଲା । ଏବେ ଦେଶର ୨୯ ହଜାର ଅଗ୍ରଣୀ ଘରୋଇ ଏବଂ ସରକାରୀ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ସେବା ମିଳିବ ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930