Indus Valley Times

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୪ କୋଭିଡ୍ ପଜିଟିଭ୍

 Breaking News

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୪ କୋଭିଡ୍ ପଜିଟିଭ୍

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୪ କୋଭିଡ୍ ପଜିଟିଭ୍
September 09
12:07 2022

ଭୁବନେଶ୍ବର: ୯/୯: ଶୁକ୍ରବାର ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୩୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଶୁକ୍ରବାର ରାଜ୍ୟର ୨୪ଟି ଜିଲ୍ଲାରୁ ୨୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨, ବରଗଡ଼ ଜିଲ୍ଲାରୁ ୩, ଭଦ୍ରକରୁ ୩, ବଲାଙ୍ଗୀରରୁ ୧୧ ଜଣ, କଟକରୁ ୨୭ ଜଣ, ଦେବଗଡ଼ରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୫୫, କୋରାପୁଟରୁ ୪ ଓ ମୟୂରଭଞ୍ଜରୁ ୮ ଜଣ ଚିହ୍ନଟ ହୋଇଛନ୍ତି ।
ସେହିପରି, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ନୂଆପଡ଼ାରୁ ୯, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୦ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୯, ୭୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୧୮, ୭୯୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031