Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ

May 19
10:33 2022

ଭୁବନେଶ୍ବର, ୧୯/୫: ଗତକାଲି ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨ ଜଣ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୫ଟି ଜିଲ୍ଲାରୁ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ନୂଆପଡ଼ା ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୩୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୦୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୨୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031