Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ, ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
June 06
10:17 2022

ଭୁବନେଶ୍ବର, ୬/୬: ଗତକାଲି ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୋମବାର ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ମାତ୍ର ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ସୋମବାର ରାଜ୍ୟର ୪ଟି ଜିଲ୍ଲାରୁ ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ସୋମବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୫୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୨୪୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

December 2024
M T W T F S S
 1
2345678
9101112131415
16171819202122
23242526272829
3031