Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ
June 17
11:14 2022

ଭୁବନେଶ୍ବର,୧୭/୬: ଶୁକ୍ରବାର ରାଜ୍ୟରେ କମିଛି କରୋନା ସଂକ୍ରମଣ। ଗତକାଲି ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଶୁକ୍ରବାର ରାଜ୍ୟର ୬ଟି ଜିଲ୍ଲାରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୭୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୯୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୫୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031