ରାଜ୍ୟରେ ପୁଣି ୧୮ଜଣଙ୍କ ଜୀବନ ନେଲା କରୋନା
October 23
12:59
2020
ଭୁବନେଶ୍ବର ୨୩।୧୦: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳ, ଗଜପତି, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।