Indus Valley Times

ରାଜ୍ୟରେ ବେଲଗାମ୍ ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧୦୬୫ କରୋନା ପଜିଟିଭ ଚିହ୍ନଟ

 Breaking News

ରାଜ୍ୟରେ ବେଲଗାମ୍ ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧୦୬୫ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ବେଲଗାମ୍ ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧୦୬୫ କରୋନା ପଜିଟିଭ ଚିହ୍ନଟ
July 16
10:29 2022

ଭୁବନେଶ୍ବର,୧୬/୭: ଗତକାଲି ଭଳି ଶନିବାର ବି ହଜାରେ ଉପରେ ରହିଛି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ। ଗତକାଲି ୧୦୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୬୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୪୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଶନିବାର ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଶନିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୩୫ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୨୧ ଜଣ, ଯାଜପୁରରୁ ୨୧ ଜଣ, ଝାରସୁଗୁଡ଼ାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝରରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୫୨ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୪୪ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ବଲପୁରରୁ ୫୮ ଜଣ, ସୋନପୁରରୁ ୩୧ ଜଣ, ସୁନ୍ଦରଗଡ଼ରୁ ୧୧୧ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୮, ୨୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୩, ୬୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031