Indus Valley Times

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କରୋନା ପଜିଟିଭ୍, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

 Breaking News

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କରୋନା ପଜିଟିଭ୍, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କରୋନା ପଜିଟିଭ୍, ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର
April 19
09:57 2022

ଭୁବନେଶ୍ବର, ୧୯/4: ଗତକାଲି ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏମାନଙ୍କ ମଧ୍ୟରୁ ୧୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ମଙ୍ଗଳବାର ରାଜ୍ୟର ମାତ୍ର ୭ଟି ଜିଲ୍ଲାରୁ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ।
ମଙ୍ଗଳବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୬୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031