Indus Valley Times

ରାଜ୍ୟ ବଜେଟ୍ :୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

 Breaking News

ରାଜ୍ୟ ବଜେଟ୍ :୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ବଜେଟ୍ :୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
February 17
17:16 2025

ଭୁବନେଶ୍ୱର,୧୭/୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। ମୁଖ୍ୟମନ୍ତ୍ରୀ ଯିଏକି ନିଜ ନିକଟରେ ଅର୍ଥ ବିଭାଗ ରଖିଛନ୍ତି ଅପରାହ୍ନରେ ବିଧାନସଭାରେ ବଜେଟ୍ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି।
ରାଜ୍ୟର ଭାଜପା ସରକାରଙ୍କ ଦ୍ୱାରା ଆଗତ ଏହା ଦ୍ୱିତୀୟ ବଜେଟ୍। ମୋହନ ମଧ୍ୟ ଲଗାତାର ଦ୍ୱିତୀୟ ଥର ପାଇଁ ବିଧାନସଭାରେ ବଜେଟ୍ ପ୍ରସ୍ତାବ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କହିବା ଅନୁଯାୟୀ, ସରକାର ୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଅର୍ଥନୀତି ହେବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଏହି ବର୍ଷ ଓଡ଼ିଶା ଏକ ସ୍ୱତନ୍ତ୍ର ରାଜ୍ୟ ଭାବରେ ଗଠନ ହେବାର ଶତବାର୍ଷିକୀ ପାଳନ କରୁଥିବ ।
ଓଡ଼ିଶାରେ ପ୍ରାୟ ୪୮ ପ୍ରତିଶତ ଶ୍ରମଶକ୍ତି କୃଷି ଉପରେ ନିର୍ଭର କରନ୍ତି ଏବଂ ୮୦ ପ୍ରତିଶତ ଲୋକ ଗ୍ରାମାଞ୍ଚଳରେ ବାସ କରନ୍ତି। ସରକାର ୨୦୨୫-୨୬ ବଜେଟ୍ ରେ କୃଷି କ୍ଷେତ୍ର ପାଇଁ ୩୭,୮୩୮ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ପ୍ରସ୍ତାବ ପ୍ରସ୍ତୁତ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଅର୍ଥନୀତିଜ୍ଞ ଏବଂ ପୂର୍ବତନ ଅର୍ଥମନ୍ତ୍ରୀମାନଙ୍କ ସହିତ ପରାମର୍ଶ କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ଯେ ସେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଏକ ଗରିବ ଏବଂ ଜନସାଧାରଣଙ୍କ ପାଇଁ ବଜେଟ୍ ଉପସ୍ଥାପନ କରିବେ।
ରାଜ୍ୟରେ ଭାଜପା ସରକାର ୨୫ ଜୁଲାଇ, ୨୦୨୪ରେ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨.୬୫ ଲକ୍ଷ କୋଟି ଟଙ୍କାର ବାର୍ଷିକ ବଜେଟ୍ ଉପସ୍ଥାପନ କରିଥିଲେ। ଉନ୍ନୟନମୂଳକ କାର‌୍ୟ୍ୟକଳାପକୁ ବୃଦ୍ଧି କରିବା ଏବଂ ଜନ କଲ୍ୟାଣ ପାଇଁ ପାଣ୍ଠିର ଆବଶ୍ୟକତା ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଭେମ୍ବର ୨୬ ତାରିଖରେ ଗୃହରେ ୧୨,୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଥିଲେ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930