Indus Valley Times

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନ ହେବା ଉଚିତ : ଧର୍ମେନ୍ଦ୍ର ପ୍ରଧାନ

 Breaking News

ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତ୍ତନ ହେବା ଉଚିତ : ଧର୍ମେନ୍ଦ୍ର ପ୍ରଧାନ

August 31
19:47 2024

ଭୁବନେଶ୍ୱର,୩୧/୮ : ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି। ଆଜି କଟକରେ ସ୍ୱାୟତ୍ତ ଶାସନ ଦିବସ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ସେ କହିଛନ୍ତି, ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ’ଣ ଥିଲା? ନଅଙ୍କ ଦୁର୍ଭିକ୍ଷ ବେଳେ ସେହି ରେଭେନ୍ସା ବ୍ୟକ୍ତି ଜଣଙ୍କ କରୁଥିଲେ କଣ? ଯେଉଁ ବ୍ୟକ୍ତି ଓଡ଼ିଆଙ୍କୁ କଷ୍ଟ ଦେଉଥିଲେ, ତାହା କ’ଣ ଗୌରବର ବିଷୟ କି ବୋଲି ପଚାରିଛନ୍ତି ଧର୍ମେନ୍ଦ୍ର।
ସେ ଆହୁରି କହିଛନ୍ତି ଯେ ରେଭେନ୍ସାର ନାଁ ବଦଳିବା ଆବଶ୍ୟକ ବୋଲି କହିବା ତାଙ୍କର ବ୍ୟକ୍ତିଗତ ମତ। ଏହା ଉପରେ ବିତର୍କ ଆବଶ୍ୟକ। ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ।
ଅନ୍ୟପକ୍ଷରେ ଏହାକୁ କଡ଼ା ଭାଷାରେ ବିରୋଧ କରିଛନ୍ତି ତିନି ପୂର୍ବତନ ପ୍ରଫେସର ଓ ଛାତ୍ର। ଏହାକୁ ଅବାସ୍ତବ କହି ସମାଲୋଚନା କଲେ ହେମେନ୍ଦ୍ର ନାରାୟଣ ଦାସ। ସେ କହିଛନ୍ତି, ରେଭେନ୍ସା କେବଳ ନାମ ନୁହେଁ, ଇଟ୍ ଇଜ୍ ୱେ ଅଫ୍ ଲାଇଫ୍‌। ଏହା ସହ ଶହେ ବର୍ଷର ଇତିହାସ ଯୋଡ଼ି ହୋଇ ରହିଛି। ହୀନମନ୍ୟତା କହି ସମାଲୋଚନା କଲେ ସତ୍ୟକାମ ମିଶ୍ର। ସେ କହିଛନ୍ତି, ଯେଉଁମାନେ ରେଭେନ୍ସା ସାହେବକୁ ଜାଣି ନାହାନ୍ତି ଏପରି କହିବେ।ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପତି ତାଙ୍କର ଅବଦାନ ଅତୁଳନୀୟ। ଓଡ଼ିଆ ଅସ୍ମିତା ନାଁରେ ତାଙ୍କୁ ଅପମାନିତ କରାଯିବା ଅନୁଚିତ। ସେହିପରି ସରକାର ଏଥିରୁ ନିବୃତ ରହନ୍ତୁ ବୋଲି କହିଛନ୍ତି ପୂର୍ବତନ ଛାତ୍ର କମଳା ପ୍ରସାଦ ମହାପାତ୍ର। ସେ କହିଛନ୍ତି, ରେଭେନ୍ସା କଲେଜ ନିର୍ମାଣ କରିବାରେ ରେଭେନ୍ସାଙ୍କ ଅବଦାନ ଅତୁଳନୀୟ ଥିଲା। ଓଡ଼ିଶାର ଶିକ୍ଷାକ୍ଷେତ୍ରରେ ଟି.ଇ ରେଭେନ୍ସାଙ୍କ ଅବଦାନର ପଟାନ୍ତର ନାହିଁ। ସରକାର କୌଣସି ପରିସ୍ଥିତିରେ ଏମିତି କରନ୍ତୁନି, ଏଥିରୁ ନିବୃତ ରହନ୍ତୁ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930