Indus Valley Times

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ଜଳଛାୟା ପ୍ରକଳ୍ପ ସହାୟକ

 Breaking News

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ଜଳଛାୟା ପ୍ରକଳ୍ପ ସହାୟକ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ଜଳଛାୟା ପ୍ରକଳ୍ପ ସହାୟକ
May 25
20:05 2022

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୨୫/୫: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡି ବସିଛି ଭିଜିଲାନ୍ସ ।
୪ଟି ପୋଖରୀ ଖୋଳା କାମ ବାବଦରେ ବିଲ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେଲା ବେଳେ କୁର୍ତ୍ତମଗଡ଼ ଠାରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଛନ୍ତି । ତାଙ୍କ ନିକଟରୁ ରଙ୍ଗବୋଳା ଟଙ୍କା ଜବତ କରାଯାଇଛି । ଏଥିସହ ନଗେନ୍ଦ୍ରନାଥଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଚଢ଼ାଉ ଜାରି ରହିଛି ।
ସୂଚନା ଅନୁସାରେ, ଜଳଛାୟା ବିଭାଗ ପକ୍ଷରୁ ତୁମୁଡିବନ୍ଧ ବ୍ଲକ କୁର୍ତମଗଡ଼ ପଞ୍ଚାୟତ ଡୁ଼ପୀ, ଇଡିପଦର ଗାଁରେ ୪ଟି ପୋଖରୀ ଖନନ କାର୍ଯ୍ୟ ହୋଇଥିଲା । ଏହାର ବିଲ କରିବା ପାଇଁ ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ହିତାଧିକାରୀଙ୍କୁ ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ।
ଏନେଇ ହିତାଧିକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ମୁତାବକ ହିତାଧିକାରୀ ଜଣକ କୁର୍ତମଗଡ଼ରେ ତାଙ୍କୁ ଟଙ୍କା ଦେବା ବେଳେ ଭିଜିଲାନ୍ସ କର୍ମଚାରୀ ତାଙ୍କୁ ମାଡି ବସିଥିଲେ । ଏ ନେଇ ଭିଜିଲାନ୍ସ କେଶ ନଂ.୦୬/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରଖିଥିବା ଜଣାପଡିଛି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031