Indus Valley Times

ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ: ଖର୍ଚ୍ଚ ହେବ ୪୨କୋଟି

 Breaking News

ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ: ଖର୍ଚ୍ଚ ହେବ ୪୨କୋଟି

ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ମାଷ୍ଟରପ୍ଲାନ: ଖର୍ଚ୍ଚ ହେବ ୪୨କୋଟି
June 02
19:44 2022

ଭୁବନେଶ୍ୱର, ୨/୬: ଓଡିଶା ଶକ୍ତି ପୂଜାର ପ୍ରାଚୀନ ପୀଠ । ଝଙ୍କଡ ପୀଠ ତନ୍ମଧ୍ୟରୁ ଅନ୍ୟତମ ପ୍ରସିଦ୍ଧ ମାତୃ ଉପାସନା ପୀଠ । ଝଙ୍କଡବାସିନୀ ମା ସାରଳାଙ୍କ ଆଶୀର୍ବାଦରୁ ସାରଳା ଦାସ ସିଦ୍ଧି ଲାଭ କରିଥିଲେ, ଆଦିକବି ହୋଇଥିଲେ।
ଅଷ୍ଟମ ଶତାଦ୍ଦୀରେ ଭୌମକର ବଂଶର ରାଜା ମାନଙ୍କ ଦ୍ବାରା ନିର୍ମିତ ସାରଳା ମନ୍ଦିର ସବୁବେଳେ ଭକ୍ତମାନଙ୍କ ଆକର୍ଷଣର କେନ୍ଦ୍ର ହୋଇ ରହିଛି । ମାଆଙ୍କ ଆଶୀର୍ବାଦ ପାଇଁ ଏଠାରେ ସବୁବେଳେ ଭକ୍ତମାନଙ୍କ ଭିଡ ଲାଗି ରହିଥାଏ।
ଝଙ୍କଡ ପୀଠର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ନିକଟରେ ମା ସାରଳାଙ୍କ ପୀଠ ପରିଦର୍ଶନ କରି, ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା ପ୍ରଶାସନ ସହ ମାଙ୍କ ପୀଠର ଉନ୍ନତିକରଣ ସଂପର୍କରେ ବିଶଦ ଆଲୋଚନା କରିଥିଲେ ଏବଂ ସବୁ ଦିଗକୁ ଦୃଷ୍ଟିରେ ରଖି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ।
ତଦନୁଯାୟୀ ୫-ଟି ଉପକ୍ରମରେ ମନ୍ଦିରର ଉନ୍ନତିକରଣ କାମ ଆରମ୍ଭ କରିବା ପାଇଁ ଏହାକୁ Integraed Development of Heritage and Monuments and Tourists Destination ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି।
ଆଜି ଭୁବନେଶ୍ବରରେ ଅନୁଷ୍ଠିତ ଏକ ବୈଠକରେ ଏହି ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପୂର୍ତ୍ତ ବିଭାଗ ସଂପର୍କରେ ଏକ ଉପସ୍ଥାପନା କରାଯାଇଥିଲା।
ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୪୨ କୋଟି ଟଙ୍କା ଖର୍ଚ୍ଚ ହେବ । ବର୍ଷକ ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏଥିରେ ମନ୍ଦିର ପରିସରରେ ଥିବା ମନ୍ଦିର ମାନଙ୍କ ବିକାଶ ହେବ । ଏହା ସହିତ ପୁଷ୍କରଣୀର ବିକାଶ, ପୂର୍ବ ପଶ୍ଚିମ ଉତ୍ତର ଓ ଦକ୍ଷିଣ ଦ୍ବାର ନିର୍ମାଣ ସହ ଐତିହ୍ୟ ପାଚେରୀ ନିର୍ମାଣ କରଯିବ ।
ଏତଦ୍ବ୍ୟତୀତ ମନ୍ଦିରର ରୋଷଘର, ଆନନ୍ଦ ବଜ଼ାର,ଗୋଦାମ ଘର, ଚନ୍ଦନ ପୋଖରୀର ବିକାଶ ଓ ଚଲାପଥ, ମୁଣ୍ଡନ ମଣ୍ଡପ, ନୂତନ ଦୋଳବେଦୀ ଓ ମହାବୀର ମନ୍ଦିରର ପୁନର୍ବିନ୍ୟାସ କରାଯିବ।
ଯାତ୍ରୀ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଭୋଗ, ଦୀପ ମଣ୍ଡପ, ଜୋତା ଷ୍ଟାଣ୍ଡ, ପୋଲିସ କଣ୍ଟ୍ରୋଲ ରୁମ୍, ମନ୍ଦିର କାର୍ଯ୍ୟାଳୟ ଆଦି ନିର୍ମାଣ କରାଯିବ। ଯାତ୍ରୀଙ୍କ ରହଣୀ ପାଇଁ ଥିବା ବ୍ୟବସ୍ଥାର ପୁନରୁଦ୍ଧାର କରାଯିବ।
ଏତଦ୍ବ୍ୟତୀତ ବିଶ୍ରାମ କକ୍ଷ ଓ ଶୌଚାଳୟ ମଧ୍ୟ ନିର୍ମାଣ କରାଯିବ। ମନ୍ଦିର ପାଖରେ ବିଭିନ୍ନ ଦୋକାନ ଖୋଲିଥିବା ବ୍ୟବସାୟୀ ମାନଙ୍କୁ ଶୃଙ୍ଖଳିତ ଭାବରେ ଥଇଥାନ କରାଯିବ।
ବର୍ତ୍ତମାନର ସପିଂ କମ୍ପ୍ଲେକ୍ସର ପୁନର୍ବିନ୍ୟାସ କରାଯାଇ ୭୨ ଜଣ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ସେଠାରେ ଗାଡି ମଟର ପାର୍କିଂ ସହିତ ଶୌଚାଳୟର ସୁବିଧା ମଧ୍ୟ ରହିବ । ଝଙ୍କଡ ପୀଠ ସହିତ ଓଡିଆ ସାହିତ୍ୟର ଉନ୍ମେଷ ଜଡିତ । ମାଙ୍କ କୃପାରୁ ସାରଳା ଦାସ ସିଦ୍ଧି ଲାଭ କରି ଓଡିଆ ଭାଷାରେ ମହାଭାରତ ରଚନା କରିଥିଲେ। ଓଡିଆ ସାହିତ୍ୟରେ ନୂଆ ଯୁଗର ଆରମ୍ଭ କରିଥିଲେ। ଆଦିକବିଙ୍କ ସ୍ମୃତିରେ ନଣ୍ଡା ଦେଉଳ ବରଗଛ ନିକଟରେ ସାରଳା ଦାସଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତୀ ନିର୍ମାଣ କରିବା ପାଇଁ ମଧ୍ୟ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ଦ୍ଵିତୀୟ ପର୍ଯ୍ୟାୟରେ ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାକୁ ମଧ୍ୟ ଚଉଡା କରାଯିବ । ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ କାର‌୍ୟ୍ୟକ୍ରମ ସଂଯୋଜନା କରିଥିଲେ । ଆଲୋଚନାରେ ଭାଗ ନେଇଥିବା ସେବାୟତ ମାନେ । ବିଭିନ୍ନ ପୀଠର ଉନ୍ନତି ପାଇଁ ସରକାରଙ୍କ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ ଓ ଏଥି ପାଇଁ ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ । ଉପସ୍ଥାପନାରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ, ଜଗତସିଂହପୁର ଜିଲ୍ଲାପାଳ ଓ ସେବାୟତମାନେ ଯୋଗ ଦେଇଥିଲେ । ପୂର୍ତ୍ତ ସଚିବ ଓ ଙଈଉଉ ର ଗଊ ଯୋଜନାର ରୂପରେଖ ଉପସ୍ଥାପନା କରିଥିଲେ ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031