Indus Valley Times

ଶୌଚ ହେବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର

 Breaking News

ଶୌଚ ହେବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର

ଶୌଚ ହେବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର
July 28
10:34 2023

କେନ୍ଦ୍ରାପଡ଼ା,୨୮/୭: ଶୌଚ ପାଇଁ ଯାଇଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଟାଣି ନେଇଛି କୁମ୍ଭୀର। ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ପେଣ୍ଠପାଳ ପଞ୍ଚାୟତରେ।
ଗତକାଲି ସନ୍ଧ୍ୟାରେ କୂଳସାହି ଗାଁର ଅମୁଲ୍ୟ ଦାସ ଶୌଚ ପାଇଁ ବ୍ରାହ୍ମଣୀ ନଦୀକୁ ଯାଇଥିଲେ। ଶୌଚ ହେବା ସମୟରେ ତାଙ୍କୁ କୁମ୍ଭୀର ଟାଣି ନେଇଥିଲା। ନଦୀ ତୁଠରେ ତାଙ୍କ ଜୋତା ପଡ଼ିଛି। ସ୍ଥାନୀୟ ଲୋକେ ବହୁ ଖୋଜା ଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନାହିଁ। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି ବୃଦ୍ଧଙ୍କୁ ଖୋଜାଖୋଜି ଜାରି ରଖିଛନ୍ତି।
ସୂଚନାଯୋଗ୍ୟ, କିଛି ମାସ ମଧ୍ୟରେ କେନ୍ଦ୍ରାପଡ଼ାରେ ୪ ଜଣଙ୍କ ଜୀବନ ନେଲାଣି କୁମ୍ଭୀର। ଜୁନ୍ ୨୯ ତାରିଖ ଦିନ ଶୌଚ ପାଇଁ ଯାଇଥିବା ବେଳେ ଜଣେ ବୃଦ୍ଧଙ୍କୁ କୁମ୍ଭୀର ଟାଣି ନେଇଥିଲା।
ସେହିପରି ରଜ ବେଳେ ମାଆ ଆଗରେ ନାବାଳକକୁ ନଦୀ ଭିତରକୁ ଟାଣି ନେଇଥିଲା କୁମ୍ଭୀର। ସେହିଭଳି ଗତ ୨୨ ତାରିଖରେ ରାଜନଗର ହାତିଆଗଡ଼ି ଗାଁର ଜଣେ ମହିଳାଙ୍କୁ ଟାଣି ନେଇଥିଲା। ଆଜି ପୁଣି ଜଣେ ବ୍ୟକ୍ତିଙ୍କୁ କୁମ୍ଭୀର ଟାଣି ନେବା ପରେ ଅଂଚଳରେ ଆତଙ୍କ ଖେଳିଯାଇଛି।
ହେଲେ ବାରମ୍ବାର ବାରମ୍ବାର ଏପରି ଘଟଣା ଘଟୁଥିବା ସତ୍ତ୍ୱେ ଏନେଇ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ କରାଯାଇ ନାହିଁ। ଏହାସହ ବନ ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031