Indus Valley Times

ସବୁ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର

 Breaking News

ସବୁ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର

ସବୁ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର
May 10
10:14 2025

ଭୁବନେଶ୍ୱର,୧୦/୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍‌ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।
ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି କାର‌୍ୟ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।
ପୂର୍ବରୁ ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଏବଂ ହରିୟାଣାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031