Indus Valley Times

ସମ୍ବଲପୁରରେ ପୁଣି ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ

 Breaking News

ସମ୍ବଲପୁରରେ ପୁଣି ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବା ବନ୍ଦ

ସମ୍ବଲପୁରରେ ପୁଣି ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍  ସେବା ବନ୍ଦ
April 17
10:08 2023

ସମ୍ବଲପୁର,୧୭/୪: ସମ୍ବଲପୁର ଜିଲ୍ଲାରେ ବନ୍ଦ ଥିବା ଇଣ୍ଟରନେଟ୍ ସେବା ଅବଧିକୁ ପୁଣି ବୃଦ୍ଧି କାରାଯାଇଛି। ପୂରା ଜିଲ୍ଲାରେ ଆହୁରି ୨୪ ଘଣ୍ଟା ଇଣ୍ଟରନେଟ୍ ସେବା ବନ୍ଦ କରିଛି ପ୍ରଶାସନ। ଆସନ୍ତାକାଲି ସକାଳ ୧୦ଟା ପର‌୍ୟ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
୧୩ ତାରିଖରେ ପ୍ରଥମଥର ପାଇଁ ସମ୍ବଲପୁରରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଥିଲା। ପରେ ୧୫ ତାରିଖରେ ଏହାର ଅବଧି ପୁଣି ବୃଦ୍ଧି କରାଯାଇଥିଲା। ଆଜି ସକାଳ ୧୦ଟାରେ ଏହାର ଅବଧି ସୁରୁଥିଲା। ସୋସାଲ ମିଡିଆ ଅପବ୍ୟବହାର ଆଶଙ୍କାରେ ପୁଣି ୨୪ ଘଣ୍ଟା ପାଇଁ ଏହାର ଅବଧିକୁ ବୃଦ୍ଧି କରାଯାଇଛି।
ଅନ୍ୟପକ୍ଷରେ ସମ୍ବଲପୁରରେ ଆଜିଠୁ କୋହଳ ହୋଇଛି କର୍ଫ୍ୟୁ। ସମ୍ବଲପୁର ସହରରେ ସ୍ଥିତିରେ ସୁଧାର ଆସୁଥିବା ଦେଖି ଲାଗୁ ହୋଇଥିବା କର୍ଫ୍ୟୁକୁ ପୁଣି କୋହଳ କରିଛି ଜିଲ୍ଲା ପ୍ରଶାସନ। ସକାଳେ ଏବଂ ଅପରାହ୍ନରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ପୂର୍ବରୁ ଯେଉଁ ୨ ଘଣ୍ଟିଆ କୋହଳ କରାଯାଇଥିଲା। ପରେ ତାର ସମୟ ଅବଧିକୁ ଆହୁରି ବଢ଼ାଇ ଦିଆଯାଇଛି। ସକାଳ ସାଢ଼େ ୭ରୁ ସାଢ଼େ ୧୧ ଏବଂ ଅପରାହ୍ନରେ ସାଢ଼େ ୩ଟାରୁ ସଂଧ୍ୟା ୬ଟା ଯାଏଁ କର୍ଫ୍ୟୁକୁ କୋହଳ କରାଯାଇଛି। ସାଧାରଣ ଲୋକଙ୍କ ଜୀବନଯାତ୍ରାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।
ସମ୍ବଲପୁର ହିଂସା ଘଟଣାରେ ଗିରଫଦାରୀ ସଂଖ୍ୟା ଆଉ ୬କୁ ବୃଦ୍ଧି ପାଇଛି । ୧୨ ତାରିଖ ପଥରମାଡ଼ ପାଇଁ ୩ ଗିରଫ ହୋଇଥିବା ବେଳେ ୧୪ରେ ଦୋକାନ ଭଙ୍ଗାରୁଜା ପାଇଁ ଆଉ ୩ ଗିରଫ ହୋଇଛନ୍ତି । ଏହି ୬ ଜଣ ଗିରଫଙ୍କୁ ମିଶାଇ ମୋଟ ଗିରଫଦାରୀ ସଂଖ୍ୟା ୮୫ରେ ପହଞ୍ଚିଛି।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031