Indus Valley Times

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

 Breaking News

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

March 07
15:34 2026

କେନ୍ଦ୍ରାପଡା, ୭/୩: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜଳସେଚନ ବିଭାଗ ଅଧୀନରେ ଡେରାବିଶ ଜଳସେଚନ ସବଡିଭିଜନାରୀ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୁତ ସମ୍ପତି ଠୁଳ ଅବିଯୋଗରେ ସ୍ୱତନ୍ତ୍ର ବିଚାରପତି କଟକ ଭିଜିଲାନ୍ସ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡିଶା ଭିଜିଲାନ୍ସ ଦ୍ୱାରା ଚଢଉ ଜାରି ରହିଛି।
ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର‌୍ୟ୍ୟ କରୁଥିଲେ। ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟ ରେ ଝଊଙ ଭାବେ କାର୍ଯ୍ୟ କରୁଛନ୍ତି। ଡେରାବିଶ ଛତାଛକ ସ୍ଥିତ ଜଳସମ୍ପଦ କାର‌୍ୟ୍ୟାଳୟରେ ଭିଜିଲାନ୍ସର ଏକ ୫ ଜଣିଆ ଟିମ୍ ଚଢାଉରେ ସାମିଲ ହୋଇଛନ୍ତି।
ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ ହୋଇଛି କ୍ଷ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ଏକକାଳୀନ ୭ ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ। ଏହି ଚଢାଉରେ ଦୁଇ ଜଣ ଅତିରିକ୍ତ ଏସ୍‌ପି, ୯ ଜଣ ଡିଏସ୍‌ପି, ୯ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ପ୍ରମୁଖ ସାମିଲ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930