Indus Valley Times

ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ ! ରାଜ୍ୟରେ ୨୩ରୁ ପ୍ରବଳ ବର୍ଷା

 Breaking News

ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ ! ରାଜ୍ୟରେ ୨୩ରୁ ପ୍ରବଳ ବର୍ଷା

August 22
11:12 2024

ଭୁବନେଶ୍ୱର, ୨୨/୮: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଥିବାରୁ ରାଜ୍ୟରେ ବର୍ଷା ହେଉଛି। ଆସନ୍ତା ୫ଦିନ ପର‌୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କିଛି ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ।
ଏଥିସହ ବଜ୍ରପାତ ହେବ। ତେବେ ୨୩ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ସାଇକ୍ଲୋନିକ ସର୍କୁଲେଶନ ସୃଷ୍ଟି ହେବାର ସମ୍ଭାବନା ରହିଥିବାରୁ ଉକ୍ତଦିନଠାରୁ ବର୍ଷାର ପରିମାଣ ଆହୁରି ବଢ଼ିବ ବୋଲି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଏବଂ ଶୁକ୍ରବାର ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ତେବେ ୨୪ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାରୁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ୨୫ ତାରିଖରେ ସମ୍ବଲପୁର ଓ ଅନୁଗୋଳ ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ କରାଯାଇଛି। ଏଥିସହ ଆସନ୍ତା ୫ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସେପଟେ ୨୨ରୁ ୨୫ତାରିଖ ପର‌୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।
ଘଣ୍ଟାପ୍ରତି ପବନର ବେଗ ୩୫ ରୁ ୪୫ କି.ମି. ରହିବା ସହ ଘଣ୍ଟା ପ୍ରତି ୫୫ କି.ମି. ବେଗରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶା ଉପକୂଳକୁ ମତ୍ସ୍ୟଜୀବୀଙ୍କୁ ଯିବା ପାଇଁ ମନା କରାଯାଇଛି। ଅପରପକ୍ଷେ ବୁଧବାର ନୟାଗଡ଼ରେ ସର୍ବାଧିକ ୩୯ ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031